www.samajalive.in
Monday, December 15, 2025
26.1 C
Bhubaneswar

ଭୀମକୁଣ୍ଡ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ୍ ଶିବିର ଉଦଘାଟିତ 

ପାଟଣା : ପାଟଣା ବ୍ଲକ ଅନ୍ତର୍ଗତ ଡୁମୁରିଆ ସ୍ଥିତ ଭୀମକୁଣ୍ଡ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀମାନଙ୍କୁ ଆତ୍ମସୁରକ୍ଷା ତାଲିମ୍ ଶିବିର ଆଜି ଉଦଘାଟିତ ହୋଇଛି । ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ପଣ୍ଡାଙ୍କ ସଭାପତିତ୍ବରେ ଉଦଘାଟନ ପର୍ବ ଅନୁଷ୍ଠିତ ହୋଇଯାଇଛି। ନୋଡାଲ ଅଧିକାରୀ ସମରେନ୍ଦ୍ର ମହାନ୍ତଙ୍କ ସଂଯୋଜନାରେ ଆୟୋଜିତ ଶିବିରରେ ଏକାଦଶ ଶ୍ରେଣୀରେ ଅଧ୍ୟୟନରତ ମୋଟ ୧୦୮ଜଣ ଛାତ୍ରୀ ଆତ୍ମରକ୍ଷା କୌଶଳ ତାଲିମ୍ ନେଉଛନ୍ତି। ପ୍ରଶିକ୍ଷିକା ଲକ୍ଷ୍ମୀପ୍ରିୟା ପତି ତାଲିମ୍ ପ୍ରଦାନ କରୁଥିବାବେଳେ ଏହି ଶିବିର ଆସନ୍ତା ଜାନୁଆରୀ ୧୭ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧ୍ୟକ୍ଷ ପଣ୍ଡା ସୂଚନା ଦେଇଛନ୍ତି ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories