www.samajalive.in
Sunday, December 7, 2025
23.1 C
Bhubaneswar

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ରସାୟନ ବିଜ୍ଞାନ ବିଭାଗର ଜାତୀୟ ସମ୍ମିଳନୀ

ଗୋପାଳପୁର : ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ରସାୟନ ବିଜ୍ଞାନ ବିଭାଗର ଦୁଇ ଦିନିଆ ‘ରସାୟନ ବିଜ୍ଞାନର ଉଦିୟମାନ ଗବେଷଣାତ୍ମକ’ଶୀର୍ଷକ ଉପରେ ଜାତୀୟ ସମ୍ମିଳନୀ ଉଦଘାଟିତ ହୋଇଛି। ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କ ଅଧକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ଆଇଜରର ନିର୍ଦ୍ଧେଶକ ପ୍ରଫେସର ଅଶୋକ କୁମାର ଗାଙ୍ଗୁଲି ଯୋଗ ଦେଇ ଗବେଷଣା ଉପରେ ଅଧିକ ଗୁରୁତ୍ୱ ଦେଇ ସମାଜର ମଙ୍ଗଳ ପାଇଁ ଜଣେ ଭଲ ବୈଜ୍ଞାନିକ ହେବା ପାଇଁ ପରାମର୍ଶ ଦେଇଥିଲେ। କୁଳପତି ପ୍ରଫେସର ଦାଶ ଏହି ଭଳି କାର୍ଯ୍ୟକ୍ରମକୁ ଉଚ୍ଚ ପ୍ରଶଂସା କରିବା ସହ ଗବେଷଣା ଅଧିକ ଗୁରୁତ୍ୱ ଦେବାକୁ କହିଥିଲେ । ସମ୍ମାନିତ ଅତିଥି ଭାବେ ଉତ୍କଳ ବିଶ୍ଵବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ସତ୍ୟମାନ ଜେନା ଯୋଗ ଦେଇ ପୁରାତନ ଗବେଷଣା ଏବଂ ଆଧୁନିକ ଯୁଗର ଗବେଷଣା ପାର୍ଥକ୍ୟ ଉପରେ ଆଲୋକପାତ କରିଥିଲେ । ବିଭାଗର ମୁଖ୍ୟ ଡ଼. ଗଙ୍ଗମ ଫାମୋୟୀ ସ୍ୱାଗତ ଭାଷଣ ଦେଇଥିବା ବେଳେ ସମ୍ମିଳନୀର ସଂଯୋଜକ ଡ଼.ବିଭୂତି ଭୂଷଣ ପରିଡ଼ା ଅତିଥି ପରିଚୟ ସହ ସମ୍ମିଳନୀର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ। କାର୍ଯ୍ୟକାରୀ ସମ୍ପାଦକ ଡ଼. ସତ୍ୟ ନାରାୟଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ସମ୍ମିଳନୀ ପକ୍ଷରୁ ଅତିଥି ମାନଙ୍କୁ ଉପ​ଢୌକନ ସହ ମେମୋଣ୍ଟ ଦେଇ ସମ୍ମାନିତ କରାଯାଇଥିଲା। ଏହି ଅବସରରେ ବିଭାଗ ପକ୍ଷରୁ ସମ୍ମିଳନୀ ପୁସ୍ତିକା ଏବଂ ପ୍ରଫେସର ସତ୍ୟ ମାନ ଜେନା ଓ ଡ଼. ଲକ୍ଷ୍ମୀଧର ରାଉତଙ୍କ ଦ୍ୱାରା ରଚିତ ପୁସ୍ତିକା ଅତିଥି ମାନଙ୍କ ଦ୍ୱାରା ଉନ୍ମୋଚନ ହୋଇଥିଲା। ଏଥିରେ ବିଭାଗର ପୂର୍ବତନ ବିଭାଗୀୟ ମୁଖ୍ୟ ପ୍ରଫେସର ବାମାକାନ୍ତ ଗଡ଼ନାୟକ, ଅଧ୍ୟାପକ ଡ଼. ରବି ନାରାୟଣ ସାହୁଙ୍କ ସମେତ ରାଜ୍ୟ ଓ ରାଜ୍ୟ ବାହାରୁ ୧୬ଜଣ ବୈଜ୍ଞାନିକ ବକ୍ତା ଭାବେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଗବେଷକ, ଗବେଷିକା, ଛାତ୍ର,ଛାତ୍ରୀ, କର୍ମଚାରୀ ଉପସ୍ଥିତ ଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories