www.samajalive.in
Saturday, December 6, 2025
26.1 C
Bhubaneswar

ବରିଷ୍ଠ ନାଗରିକ ନେଲେ ଟିକା

ବ୍ରହ୍ମପୁର: ସୋମବାର ଗଞ୍ଜାମ ଜିଲାରେ ବରିଷ୍ଠ ନାଗରିକ ଏବଂ ଜଟିଳ ରୋଗଗ୍ରସ୍ତଙ୍କୁ କୋଭିଡ ଟିକା ପ୍ରଦାନ ଆରମ୍ଭ ହୋଇଯାଇଛି । ବ୍ରହ୍ମପୁର ସହରସ୍ଥିତ ବୈକୁଣ୍ଠନଗର ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟିକାକରଣ କାର୍ୟ୍ୟକ୍ରମକୁ ଶୁଭାରମ୍ଭ କରିଛନ୍ତି। ଟିକା ସଂପୂର୍ଣ୍ଣ ସୁରକ୍ଷିତ ଥିବା ଯୋଗୁ ପ୍ରତ୍ୟେକ ବରିଷ୍ଠ ନାଗରିକ ଟିକା ନେବା ଆବଶ୍ୟକ ବୋଲି ଜିଲାପାଳ କୁଲାଙ୍ଗେ ପ୍ରକାଶ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ଉପଜିଲାପାଳ ୱି.କିର୍ତ୍ତି ଭାସନ, ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) କମିଶନର ଡ.ସିଦ୍ଧେଶ୍ବର ବଳିରାମ ବୋନ୍ଦର, ମୁଖ୍ୟ ଜିଲା ଚିକିିତ୍ସାଧିକାରୀ ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଉମାଶଙ୍କର ମିଶ୍ରଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈକୁଣ୍ଠନଗର ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଆସିକା ରୋଡ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକା ପ୍ରଦାନ କରାଯାଇଥିଲା ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories