www.samajalive.in
Wednesday, December 10, 2025
18.1 C
Bhubaneswar

ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ପରଲୋକ

ନୂଆଦିଲ୍ଲୀ : ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ଦେହାନ୍ତ ହୋଇଛି । ପଟେଲଙ୍କ ବିଳମ୍ବିତ ରାତି ୩.୩୦ରେ ମୃତ୍ୟୁ ହୋଇଥିବା ନେଇ ତାଙ୍କ ପୁଅ ଫଇଜାଲ ପଟେଲ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା।

କରୋନାରେ ସଂକ୍ରମିତ ହୋଇ ସେ ଅନେକ ଦିନ ହେବ ଗୁରୁଗ୍ରାମର ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ପୁଅ ଫଇଜାଲ ପଟେଲ ଟ୍ୱିଟ୍ କରି ଲେଖିଛନ୍ତି ଯେ, ଏହା କହିବା ଅତ୍ୟନ୍ତ ଦୁଃଖଦାୟକ ଯେ ମୋର ପିତା ଅହମ୍ମଦ ପଟେଲ ନଭେମ୍ବର ୨୫ ବିଳମ୍ବିତ ରାତ୍ରି ୩ଟା ୩୦ରେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ପ୍ରାୟ ଏକ ମାସ ପୂର୍ବରୁ ସେ କରୋନାରେ ସଂକ୍ରମିତ ହୋଇଥିଲେ। ଏହା ପରେ ତାଙ୍କ ଅବସ୍ଥା ଖରାପ ହୋଇଗଲା ଏବଂ ଶରୀରର ଅନେକ ଅଙ୍ଗ କାର୍ଯ୍ୟ କରିବା ବନ୍ଦ କରିଦେଇଥିଲା। ମୁଁ ସମସ୍ତ ଶୁଭେଚ୍ଛୁମାନଙ୍କୁ ଅନୁରୋଧ କରୁଛି ଯେ, କୋଭିଡ -୧୯ ନିୟମକୁ ଅନୁସରଣ କରନ୍ତୁ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories