www.samajalive.in
Saturday, December 6, 2025
14.1 C
Bhubaneswar

ସଞ୍ଜୟ କୋଠାରୀ ନୂଆ ସିଭିସି, ରାଷ୍ଟ୍ରପତି ଭବନରେ ଶପଥ ନେଲେ

ନୂଆଦିଲ୍ଲୀ: ବରିଷ୍ଠ ଆଇଏଏସ ଅଧିକାରୀ ସଞ୍ଜୟ କୋଠାରୀ ଶନିବାର କେନ୍ଦ୍ରୀୟ ଭିଜିଲାନ୍ସ କମିଶନର(ସିଭିସି) ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି। ରାଷ୍ଟ୍ରପତି ଭବନରୁ ଜାରି ଏକ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି। କୋଠାରୀ ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସଚିବ ଭାବେ କାର୍ଯ୍ୟ କରୁଥିଲେ। ବିଜ୍ଞପ୍ତି ଅନୁସାରେ, ପୂର୍ବାହ୍ନ ସାଢ଼େ ୧୦ଟାରେ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ କୋଠାରୀ ରାଷ୍ଟ୍ରପତିଙ୍କ ସମ୍ମୁଖରେ ଶପଥ ଗ୍ରହଣ କରିଥିଲେ। ସମାରୋହରେ ଉପରାଷ୍ଟ୍ରପତି ଏମ. ଭେଙ୍କାୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଅନ୍ୟ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ସମସ୍ତ ପଦାଧିକାରୀ କୋଭିଡ-୧୯ ଗାଇଡଲାଇନ ଅନୁସାରେ ସାମାଜିକ ଦୂରତା ରକ୍ଷା କରିଥିଲେ। ସୂଚନାଯୋଗ୍ୟ, କୋଠାରୀ ହେଉଛନ୍ତି ୧୯୭୮ ବ୍ୟାଚ  ହରିୟାଣା କ୍ୟାଡରର ଆଇଏଏସ ଅଧିକାରୀ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories