ଦାମ ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ୮୨ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଦାମୋଦର ରାଉତ । ଦାମଙ୍କ ବିୟୋଗରେ ବିଶିଷ୍ଠ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି କହିଛନ୍ତି ଯେ ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି । ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଉଛି ।
ଭୁବନେଶ୍ୱର ସ୍ଥିତ ଦାମଙ୍କ ବାସଭବନରେ ସବୁ ରାଜନୈତିକ ଦଳର ନେତାମାନେ ଶେଷ ଦର୍ଶନ କରିଛନ୍ତି । ଓଡ଼ିଶା ରାଜନୀତିରେ ସେ ୭ ଥର ବିଧାୟକ ଓ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ।
ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା…
— Naveen Patnaik (@Naveen_Odisha) March 22, 2024
Comments are closed.