www.samajalive.in
Monday, December 15, 2025
26.1 C
Bhubaneswar

ଘନ କୁହୁଡି: ପଛକୁ ପଛ ପିଟିହେଲା ୩୫ ଗାଡ଼ି

ସମାଜ ଡିଜିଟାଲ ଡେସ୍କ: ଶୀତ ହ୍ରାସ ପାଇଥିଲେ ହେଁ କୁହୁଡ଼ି କମୁନାହିଁ। ରାତି ଏବଂ ଭୋର ସମୟରେ ଘନ କୁହୁଡ଼ି ଯୋଗୁ ରାସ୍ତାଘାଟ ଦୃଶ୍ୟମାନ ହେଉନାହିଁ। ଯାହାଫଳରେ ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟୁଛି। ଘନ କୁହୁଡ଼ି ଯୋଗୁ ଦିଲ୍ଲୀ-ମିରଟ ଏକ୍ସପ୍ରେସୱେରେ ବୁଧବାର ସକାଳେ ସିରିଜ ଦୁର୍ଘଟଣା ଘଟିଛି। ଗୋଟିଏ ବସ ଅନ୍ୟ ଏକ ଗାଡ଼ିକୁ ଧକ୍କା ଦେବା ପରେ ପଛକୁ ପଛ ୩୫ରୁ ଅଧିକ ଗାଡ଼ି ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ୩ ଜଣ ଆହତ ହୋଇଛନ୍ତି।

ସେହିପରି ବାଘପତ-ଦୁହାଇ ରାସ୍ତାରେ ଅନୁରୂପ ଏକ ଦୁର୍ଘଟଣା ଘଟିଛି। ଘନ କୁହୁଡ଼ି ଯୋଗୁ ୨୦ରୁ ୨୫ ଗାଡ଼ି ଏକକାଳୀନ ପଛକୁ ପଛ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଘଟଣାରେ ୨ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା​‌ ଯୋଗୁ ଉଭୟ ସ୍ଥାନରେ ଦୀର୍ଘ ସମୟ ପର୍ଯ୍ୟନ୍ତ ରାସ୍ତାଘାଟ ଜାମ ରହିଥିଲା। ପୁଲିସ ପହଞ୍ଚି ଟ୍ରାଫିକ ନିୟନ୍ତ୍ରଣ କରିବା ପରେ ଗାଡ଼ିମୋଟର ଚଳାଚଳ ସ୍ବାଭାବିକ ହୋଇଥିଲା।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories