www.samajalive.in
Monday, December 15, 2025
24.1 C
Bhubaneswar

ଏମିତି ଦଣ୍ଡ ଦେବୁ ଯେ ଭବିଷ୍ୟତରେ ଆକ୍ରମଣ ପାଇଁ କେହି ସାହସ କରିବେନି: ଶାହ

ସମାଜଲାଇଭ ଡେସ୍କ: ଦିଲ୍ଲୀ ବିସ୍ଫୋରଣ ମାମଲାରେ ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆତଙ୍କବାଦୀମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି। ଘଟଣା ପଛରେ ରହିଥିବା ଦୋଷୀମାନଙ୍କୁ କଠୋରରୁ ଅତି କଠୋର ଦଣ୍ଡ ଦିଆଯିବ। ଏମିତି ଦଣ୍ଡ ଦେବୁ ଯେ ଭବିଷ୍ୟତରେ ଭାରତ ଉପରେ ଆକ୍ରମଣ କରିବାକୁ କେହି ସାହସ କରିବେନି। ସେମାନଙ୍କୁ ଯେଉଁ ଦଣ୍ଡ ଦିଆଯିବ ତାହା ସାରା ବିଶ୍ଵ ଦେଖିବ ବୋଲି ଶାହ କହିଛନ୍ତି।

ସୂଚନାଯୋଗ୍ୟ, ଗତ ସୋମବାର ସନ୍ଧ୍ୟାରେ ଦିଲ୍ଲୀ ଲାଲ କିଲ୍ଲା ନିକଟ ମେଟ୍ରୋ ଷ୍ଟେସନ ୧ ନମ୍ବର ଗେଟ ପାଖରେ ଏକ କାରରେ ବିସ୍ଫୋରଣ ଘଟିଥିଲା। ଏଥିରେ ୧୩ ଜଣଙ୍କ ଜୀବନ ହାନି ଘଟିଥିବାବେଳେ ୨୦ରୁ ଅଧିକ ଆହତ ହୋଇଥିଲେ। ବିସ୍ଫୋରଣ ପଛରେ ପାକିସ୍ତାନୀ ଆତଙ୍କୀ ସଂଗଠନ ଜୈଶ-ଏ-ମହମ୍ମଦର ହାତ ରହିଥିବା ଜଣାପଡ଼ିଛି। ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ଏବଂ ଦିଲ୍ଲୀ ପୁଲିସ ଘଟଣାର ତନାଘନା ଜାରି ରଖିଥିବାବେଳେ ୧୨ରୁ ଅଧିକ ସନ୍ଦିଗ୍ଧଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories