www.samajalive.in
Thursday, December 11, 2025
15.1 C
Bhubaneswar

ଆଜି ପାକ୍‌ ବାଛିବ ନୂଆ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଆଜି ପାକିସ୍ତାନ ବାଛିବ ନୂଆ ପ୍ରଧାନମନ୍ତ୍ରୀ । ପାକିସ୍ତାନରେ ଆଜି ନୂଆ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ହୋଇପାରନ୍ତି । ଶାହବାଜଙ୍କୁ ପ୍ରଧାନମନ୍ତ୍ରୀ କରିବାକୁ ବିରୋଧୀ ଦଳ ପ୍ରସ୍ତାବ ଦେଇଥିବା ବେଳେ ଅପରାହ୍ଣ ସାଢ଼େ ଦୁଇଟାରେ ପାକ୍‌ ସଂସଦରେ ଏନେଇ ଭୋଟିଂ ହେବ । ସଂଧ୍ୟା ସୁଦ୍ଧା ନୂତନ ପ୍ରଧାନମନ୍ତ୍ରୀଙ୍କ ଶପଥଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି ।

ସୂଚନାଥାଉକି ପାକିସ୍ତାନରେ ଲାଗି ରହିଥିବା କ୍ଷମତା ସଂକଟ ଭିତରେ ବିରୋଧୀ ଦଳ ଗୁଡ଼ିକ ପକ୍ଷରୁ ଶାହାବାଜ ସରିଫଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲା । ପିଏମଏଲ-ଏନ ସାଂସଦ ଶାହାବାଜ ପ୍ରଧାନମନ୍ତ୍ରୀ ଭାବେ ମନୋନୀତ ହୋଇଛନ୍ତି । ଏହି ଘୋଷଣା ହେବା ପରେ ଶାହବାଜ ସରିଫ ଟ୍ୱିଟ କରି ସମସ୍ତ ବିରୋଧୀ ଦଳ ଓ ନିଜ ଭାଇ ନୱାଜ ଶରିଫଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଅପରପକ୍ଷରେ ସୁପ୍ରିମ କୋର୍ଟଙ୍କ ଦ୍ୱାରା ୪୮ ଘଣ୍ଟା ମଧ୍ୟରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ତାଙ୍କୁ ନାମାଙ୍କନ ଦାଖଲ କରିବାକୁ ନିର୍ଦେଶ ଦିଆଯାଇଥିଲା ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories