www.samajalive.in
Monday, December 15, 2025
26.1 C
Bhubaneswar

ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ପରଲୋକ

ଗୁଣୁପୁର: ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ପରଲୋକ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଗୁଣୁପୁର ସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଥିବା ଜଣାପଡ଼ିଛି । ମୃଦ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା । ରବିବାରଠାରୁ ତାଙ୍କୁ ସାମାନ୍ୟ ଜ୍ବର ହୋଇଥିଲା । ପରେ ବିଳମ୍ବିତ ରାତିରେ ସେ ହଠାତ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରେ ଚେତାଶୂନ୍ୟ ହରାଇବା ସହ ତାଙ୍କର ମୃତ୍ୟୁ ହୋଇଥିଲା । ଭୂଦାନ ଆନ୍ଦୋଳନ ପାଇଁ ବେଶ୍‍ ପରିଚିତ ଥିଲେ ଶାନ୍ତି ଦେବୀ । ବିଶିଷ୍ଟ ଗାନ୍ଧିବାଦୀ ନେତା ସ୍ବର୍ଗତ ଡ. ରତନଦାସଙ୍କ ଧର୍ମ ପତ୍ନୀ ହେଉଛନ୍ତି ଶାନ୍ତୀ ଦେବୀ । ନିଜର ଜନସେବା, ନିଷ୍ଠାପର ସାଧନା, ଅନାଥ ଓ ଆଦିବାସୀଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା କାମରେ ସେ ଅଭିବକ୍ତ କୋରାପୁଟ ଜିଲ୍ଲାର ଉପାନ୍ତ ଅଞ୍ଚଳରେ ଗତ ସାତ ଦଶନ୍ଧି ଧରି କାମ କରି ଆସୁଥିଲେ ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories