www.samajalive.in
Saturday, December 6, 2025
16.1 C
Bhubaneswar

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର’

ଭୁବନେଶ୍ବର : ଓଡ଼ିଆ ବୈଜ୍ଞାନିକଙ୍କୁ ମିଳିଛି ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର। ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା-୨୦୨୦ ପାଇଁ ରସାୟନିକ ବିଜ୍ଞାନ କ୍ଷେତ୍ରରେ ଜ୍ୟୋତିର୍ମୟୀ ଦାଶ ପାଇଛନ୍ତି ‘ଶାନ୍ତି ସ୍ୱରୂପ ଭଟ୍ଟନାଗର ପୁରସ୍କାର’। ଚଳିତ ବର୍ଷ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୧୨ଜଣ ​ବୈଜ୍ଞାନିକଙ୍କୁ ଏହି ପୁରସ୍କାର ମିଳିଛି। ସେମାନଙ୍କ ମଧ୍ୟରୁ ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ଅନ୍ୟତମ। ଶନିବାର କାଉନସିଲ୍‌ ଫର୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ(ସିଏସ୍‌ଆଇଆର୍‌)ର ପ୍ରତିଷ୍ଠା ଦିବସ ଅବସରରେ ଏହି ପୁରସ୍କାର ଘୋଷଣା କରାଯାଇଛି।
ପ୍ରଥମ ଓଡ଼ିଆ ମହିଳା ବୈଜ୍ଞାନିକ ଭାବେ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର’ ଲାଭ କରିଥିବା ଜ୍ୟୋତିର୍ମୟୀଙ୍କ ଜନ୍ମ ଜଗତସିଂହପୁର ଜିଲାରେ। ସେ ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରସାୟନ ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ କରିଥିବା ବେଳେ ଆଇଆଇଟି କାନପୁରରୁ ଡକ୍ଟରେଟ୍ ଡିଗ୍ରୀ ହାସଲ କରିଛନ୍ତି। ସୂଚନାଯୋଗ୍ୟ, ପଦାର୍ଥ ବିଜ୍ଞାନ,
ରସାୟନ ବିଜ୍ଞାନ, ଗଣିତ, ଜୀବ ବିଜ୍ଞାନ, ପରିବେଶ ବିଜ୍ଞାନ, ଭେଷଜ ବିଜ୍ଞାନ ଓ ଇଞ୍ଜିନିୟରିଂ ପ୍ରଭୃତି ୭ଟି ବିଷୟରେ ବିଶେଷ ଗବେଷଣାରତ ୪୫ ବର୍ଷରୁ କମ୍‌ ବୟସର ଭାରତୀୟ ବୈଜ୍ଞାନିକଙ୍କୁ ଏହି ପୁରସ୍କାର ଦିଆଯାଏ।
ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କର ଉଜ୍ବ୍ଜଳ ଭବିଷ୍ୟତ କାମନା କରିଛନ୍ତି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories