www.samajalive.in
Monday, December 15, 2025
15.1 C
Bhubaneswar

ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ

ଭୁବନେଶ୍ବର: ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ ହୋଇଛି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଥିବା  ସ୍ବାମୀ ବସନ୍ତ କୁମାର ଛୋଟରାୟ ସୂଚନା ଦେଇଛନ୍ତି।  ପୁରୀ ସ୍ବର୍ଗଦ୍ବାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ସେ କହିଛନ୍ତି।

ଦୀର୍ଘ ବର୍ଷ ହେଲା କର୍କଟରୋଗରେ ଆକ୍ରାନ୍ତ ହୋଇଥିବା ଶାନ୍ତିଲତା ବାରିକଙ୍କ ଚିକିତ୍ସା ଜାରି ରହିଥିଲା। ଗତକାଲି ତାଙ୍କର ସ୍ବାସ୍ଥ୍ୟବସ୍ଥାରେ ଅବନତି ଘଟିବାରୁ ତୁରନ୍ତ ଭୁବନନେଶ୍ବରର ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସୋମବାର ସନ୍ଧ୍ୟାରେ ତାଙ୍କର ପରଲୋକ ହୋଇଥିବା ସ୍ବାମୀ ବସନ୍ତ କୁମାର ଛୋଟରାୟ ସୂଚନା ଦେଇଛନ୍ତି ।

- Advertisement -

ଭଜନ କ୍ଷେତ୍ରରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ଶାନ୍ତିଲତା ବାରିକ। ଜଗନ୍ନାଥ ଭଜନ ତାଙ୍କୁ ଓଡ଼ିଶାର ଘରେ ଘରେ ପରିଚିତ କରାଯାଇଥିଲା। ଭକ୍ତି ସଙ୍ଗୀତର ଅତି ପରିଚିତ ନାଁ ଥିଲା ଶାନ୍ତିଲତା ବାରିକ। ସେ ଅନେକ ଲୋକପ୍ରିୟ ଭଜନ ଗାଇଛନ୍ତି। ଥକାମନ ଚାଲଯିବା, ଝଗନ୍ନାଥ ତୁମେ ଛଳିଆ ଆଦି ବେଶ ଲୋକପ୍ରିୟ ଭଜନ ଗାଇଛନ୍ତି। ଏହାସହିତ ଶାନ୍ତିଲତା ବାରିକ ଜଣେ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତ ଗାୟିକା ଭାବେ ମଧ୍ୟ ବେଶ ଲୋକପ୍ରିୟତା ହାସଲ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories