www.samajalive.in
Thursday, December 11, 2025
27.1 C
Bhubaneswar

ସୁସ୍ଥ ହେଉଛନ୍ତି ଏଲଜେଡ଼ି ମୁଖ୍ୟ ଶରଦ ଯାଦବ, ସ୍ୱାସ୍ଥ୍ୟବସ୍ଥା ସ୍ଥିର

ଲୋକତାନ୍ତ୍ରିକ ଜନତା ଦଳ ମୁଖ୍ୟ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶରଦ ଯାଦବ ସୁସ୍ଥ ହେଉଥିବା ତାଙ୍କ ଝିଅ ସୁଭାଷିନୀ ରାଜ ରାଓ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ତାଙ୍କ ପିତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି। ସେ କହିଛନ୍ତି, ‘ମୋ ବାପା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶରଦ ଯାଦବ କିଛି ଦିନ ଧରି ଅସୁସ୍ଥ ଅଛନ୍ତି। ମୁଁ ସୂଚନା ଦେବାକୁ ଚାହୁଁଛି ଯେ ସେ ସ୍ଥିର ଅଛନ୍ତି ଏବଂ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।’

ତାଙ୍କ ପିତାଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ବୁଝି ଥିବାରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡଃ ହର୍ଷ ବର୍ଦ୍ଧନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ‘ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ଡଃ ହର୍ଷ ବର୍ଦ୍ଧନଙ୍କ ନିକଟରେ ଋଣୀ। ସେମାନେ କେବଳ ମୋ ପିତାଙ୍କ ସ୍ୱାସ୍ଥ୍ୟ ବିଷୟରେ ପଚାରି ନାହାଁନ୍ତି ବରଂ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ସହ ନିୟମିତ ଯୋଗାଯୋଗ କରିଛନ୍ତି। ସେ ମଧ୍ୟ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ଠାରୁ ତାଙ୍କ ପିତାଙ୍କ ସ୍ୱାସ୍ଥ୍ୟ ବିଷୟରେ ପଚାରି ବୁଝି ଥିବାରୁ କୃତଜ୍ଞତା ଜଣାଇଛନ୍ତି।

Hot this week

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

Related Articles

Popular Categories