www.samajalive.in
Saturday, December 6, 2025
16.1 C
Bhubaneswar

ମନ୍ଦିରରେ ପୂଜା କରିବା ସମୟରେ ଶଶି ଥରୁରଙ୍କ ମୁଣ୍ଡ ଫାଟିଲା

ନୂଆଦିଲ୍ଲୀ : କଂଗ୍ରେସ ସାଂସଦ ତଥା କେରଳର ତିରୁଅନନ୍ତପୁରମର ଲୋକସଭା ପ୍ରାର୍ଥୀ ଶଶି ଥରୁର ସୋମବାର ଦିନ ଏକ ମନ୍ଦିରରେ ପୂଜା କରୁଥିବା ସମୟରେ ଗୁରୁତର ହୋଇଛନ୍ତି । ମନ୍ଦିରରେ ତୁଳାଭରମ ପୂଜା କରୁଥିବା ସମୟରେ ସେ ତଳେ ପଡି ଯାଇଥିଲେ । ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା । ଚିକିତ୍ସା ପାଇଁ ତାଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ମୁଣ୍ଡରେ ୬ଟି ଷ୍ଟିଜ୍ ପଡିଛି । ପ୍ରାଥମିକ ଚିକତ୍ସା ପରେ ତାଙ୍କୁ ସୁପର ସ୍ପେଶାଲିଟି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ବର୍ତ୍ତମାନ ତାଙ୍କ ଅବସ୍ଥା ଠିକ୍ ଥିବା ଡାକ୍ତର କହିଛନ୍ତି ।  ଏହି ଅଘଟଣ ଥାମପୁରର ଗାନ୍ଧାରି ଅମ୍ମନ କୋଭିଲ ମନ୍ଦିରରେ ଘଟିଛି । ନିର୍ବାଚନ ପ୍ରଚାର ଅଭିଯାନ ଆରମ୍ଭ ପୂର୍ବରୁ ସେ ପୂଜା କରିବା ପାଇଁ ମନ୍ଦିରକୁ ଯାଇଥିଲେ ।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories