www.samajalive.in
Wednesday, December 10, 2025
14.1 C
Bhubaneswar

ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ: ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ । ଗଣହତ୍ୟା ମାମଲାରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ହସିନାଙ୍କୁ ବାଂଲାଦେଶ କୋର୍ଟ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ଇଣ୍ଟରନ୍ୟାସନାଲ କ୍ରାଇମ୍ସ ଟ୍ରିବ୍ୟୁନାଲ-ଆଇସିଟି ହସିନାଙ୍କୁ ଦୋଷୀ ସାବ୍ୟସ୍ତ କରିବା ପରେ ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି ।
ବିକ୍ଷୋଭକାରୀଙ୍କୁ ହତ୍ୟା କରିବା ନେଇ ତାଙ୍କ ନାଁରେ ମାମଲା ହୋଇଥିଲା।
ଶୁଣାଣି ବେଳେ କୋର୍ଟ କହିଛନ୍ତି ଯେ, ଶେଖ ହସିନା ପ୍ରଦର୍ଶନକାରୀଙ୍କୁ ଦମନ ଏବଂ ହତ୍ୟା କରିବା ପାଇଁ ମାରାତ୍ମକ ଅସ୍ତ୍ରଶସ୍ତ୍ର ଏବଂ ଡ୍ରୋନ୍ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ଗମ୍ଭୀର ଅପରାଧ ପାଇଁ ତାଙ୍କୁ ଫାଶୀଦଣ୍ଡ ଦିଆଯାଇଛି। କୋର୍ଟ ତାଙ୍କ ରାୟରେ ଏହା ମଧ୍ୟ କହିଛନ୍ତି ଯେ, ମାନବତା ବିରୋଧୀ ଏହି ଅପରାଧ ଶେଖ ହସିନା ଏବଂ ତାଙ୍କ ସହଯୋଗୀଙ୍କ ନିର୍ଦ୍ଦେଶରେ କରାଯାଇଥିଲା।
ଗତବର୍ଷ ଅଗଷ୍ଟରେ ବାଂଲାଦେଶର ତତ୍କାଳୀନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ଜୋରଦାର ଛାତ୍ର ଆନ୍ଦୋଳନ ହୋଇଥିଲା । ଏଥିରେ୧୪ ଶହ ଜଣଙ୍କ ମୃତ୍ୟୁ ହୋଇଥିଲା । ହସିନାଙ୍କ ବିରୋଧରେ ହତ୍ୟା, ନିର୍ଯାତନା, ଷଡଯନ୍ତ୍ର ଓ ମାନବତା ବିରୋଧରେ ଅପରାଧ ରୋକିବାରେ ବିଫଳ ନେଇ ୫ଟି ମୁଖ୍ୟ ଅଭିଯୋଗ ରହିଛି । ହାସିନା ବାଂଲାଦେଶ ଛାଡି ଏବେ ଭାରତରେ ଆଶ୍ରୟ ନେଇଛନ୍ତି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories