www.samajalive.in
Sunday, December 14, 2025
19.1 C
Bhubaneswar

ଜୁନ ୭ରେ ଆଖଣ୍ଡଳମଣିଙ୍କ ଶିବ ବିବାହ ଉତ୍ସବ

ଭଦ୍ରକ: ପ୍ରସିଦ୍ଧ ଶୈବକ୍ଷେତ୍ର ଆରଡିଧାମର ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଜୁନ ୭ରେ ବୈଦିକ ରୀତିନୀତି ଅନୁଯାୟୀ ସମ୍ପୁର୍ଣ୍ଣ ଲୋକାଚାରରେ ଶିବବିବାହ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ପବିତ୍ର ଅକ୍ଷୟତୃତୀୟା ତିଥିରେ ଦିନବାର ଠିକ୍‍ ହେବା ପରେ ବରପିତା ଓ କନ୍ୟାପିତା ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି ସେବାକାରୀ। ଏହି ବିବାହ ଉତ୍ସବରେ ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ବୁଧବାରଦିନ ପ୍ରସ୍ତୁତି ବୈଠକ ହେବ। ବୈଠକରେ ମନ୍ଦିର ସେବାୟତଙ୍କ ସହ ଜିଲା ପ୍ରଶାସନ, ମନ୍ଦିର ପ୍ରଶାସନ, ଜିଲାର ବିଭିନ୍ନ ବିଭାଗର ଅଧିକାରୀ ଓ ପୁଲିସ ବିଭାଗ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ବରପିତା ଓ କନ୍ୟାପିତା ଚୟନ ହେବା ପରେ ଲଗ୍ନ ଚିଟାଉ ନିମନ୍ତେ ଜ୍ୟୋତିଷଙ୍କ ପକ୍ଷରୁ ଦିନ ଧାର୍ଯ୍ୟ କରାଯିବ ବୋଲି ଜଣାପଡିଛି। ଚଳିତବର୍ଷ ବିବାହ ଉତ୍ସବକୁ ମହା ଆଡମ୍ବର ସହ ପାଳନ ନିମନ୍ତେ ମନ୍ଦିର ପ୍ରଶାସନ ଓ ସେବାୟତଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବା ମନ୍ଦିର ପରିଚାଳକ କହିଛନ୍ତି।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories