www.samajalive.in
Monday, December 15, 2025
26.1 C
Bhubaneswar

ଦାଦାବଟି ଦେବାକୁ ମନା କରିବାରୁ ଯୁବକଙ୍କୁ ଗୁଳିମାଡ

ଆଠଗଡ: ଆଠଗଡ ଥାନା ମହିଧରପୁର ଗାଁରେ ଅଭାବନୀୟ ଘଟଣା ଘଟିଛି। ଚାନ୍ଦା ଦେବାକୁ ମନା କରିବାରୁ ଜଣେ ଯୁବକ ଗୁଳିମାଡର ଶିକାର ହୋଇଛନ୍ତି। ଯୁବକ ଜଣକ ଟ୍ରାକ୍ଟର ଡ୍ରାଇଭର ବିଶ୍ଵଜିତ୍ ପଲେଇ ବୋଲି ଜଣାପଡିଛି। ବିଶ୍ଵଜିତ୍ ରାସ୍ତା କଡରେ ମାଟି ପକାଉଥିବାବେଳେ କିଛି ଯୁବକ ତାଙ୍କୁ ଚାନ୍ଦା ମାଗିଥିଲେ। କିନ୍ତୁ ସେ ଦାଦାବଟି ଦେବାକୁ ମନା କରିବାରୁ ଦୁର୍ବୁତ୍ତମାନେ ତାଙ୍କୁ ଗୁଳି କରି ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ ଆଠଗଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ପରେ ସ୍ଵାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories