www.samajalive.in
Tuesday, December 9, 2025
16.1 C
Bhubaneswar

ଆଜିଠୁ ଖୋଲିଲା ଶ୍ରୀମନ୍ଦିର, ଦର୍ଶନ କଲେ ଭକ୍ତ

ପୁରୀ: ଆଜିଠୁ ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର । କୋଭିଡ କଟକଣା ଅନୁଯାୟୀ ଶ୍ରୀଜିଉଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ । ଗାଇଡଲାଇନ ଅନୁଯାୟୀ ଏଣିକି ସକାଳ ୬ରୁ ରାତି ୯ଟା ପର୍ୟ୍ୟନ୍ତ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । କଟକଣା ଅନୁସାରେ ମାସ୍କ ଓ ସାମଜିକ ଦୂରତ୍ୱ ରଖି ଜଗନ୍ନାଥଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । କେବଳ ସପ୍ତାହକୁ ଗୋଟିଏ ଦିନ ଅର୍ଥାତ୍‍ ରବିବାର ଦିନ ବନ୍ଦ ରହିବ ଶ୍ରୀମନ୍ଦିର । ରବିବାର ଦିନ ଶ୍ରୀମନ୍ଦିରକୁ ସାନିଟାଇଜ କରାଯିବ । ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଶ୍ରୀମନ୍ଦିରକୁ ବନ୍ଦ କରିଥିଲା ପ୍ରଶାସନ । ହେଲେ ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ଶ୍ରୀମନ୍ଦିରକୁ ଖୋଲି ଦିଆଯାଇଛି । କେବଳ ପୁରୀବାସୀଙ୍କ ପାଇଁ ପଶ୍ଚିମ ଦ୍ୱାର ବାଟେ ଶ୍ରୀମନ୍ଦିକୁ ଯିବାକୁ ବ୍ୟବସ୍ଥା କରାଯାଇଛି । ତାହା ସହ ଅନ୍ୟ ଭକ୍ତ ମାନଙ୍କ ପାଇଁ ସିଂହଦ୍ୱାର ବାଟେ ପ୍ରବେଶ କରିବାକୁ ଅନୁମତି ମିଳିଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories