www.samajalive.in
Saturday, December 6, 2025
15.1 C
Bhubaneswar

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ଉପସ୍ଥାପିତ ହେବ ରତ୍ନଭଣ୍ଡାର ବାହାର କାନ୍ଥ ଓ ଲେଜର ସ୍କାନିଂ ରିପୋର୍ଟ

ପୁରୀ:ଆଜି(ଗୁରୁବାର) ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ପୁରୀ ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ଅଧ୍ୟକ୍ଷତାରେ ଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ ହେବ। ଏଥିରେ ନୂତନ ଶ୍ରୀମନ୍ଦିର ପ୍ରଶାସନ ଅଫିସ ନିର୍ମାଣ, ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କକ୍ଷ ନିର୍ମାଣ , ରଘୁନନ୍ଦନ ଲାଇବ୍ରେରୀ ଓ ସାଂସ୍କୃତିକ କେନ୍ଦ୍ର ନିର୍ମାଣ ସମ୍ପର୍କରେ ବିସ୍ତୃତ ଭାବରେ ଆଲୋଚନା କରାଯିବ । ରତ୍ନ ଭଣ୍ଡାରର ବାହାର ପଟ ଲେଜର ସ୍କାନିଂର ରିପୋର୍ଟ ଏଏସଆଇ ତରଫରୁ ଉପସ୍ଥାପିତ କରାଯିବ। ଏବଂ ମରାମତି ସମ୍ପର୍କରେ ଆଲୋଚନା ହେବ । ଶ୍ରୀମନ୍ଦିରର ଆଲୋକୀକରଣ ଓ ପ୍ରମୋଦ ଉଦ୍ୟାନର ବିକାଶ ଉପରେ ମଧ୍ୟ ଆଲୋଚନା କରାଯିବାର କାର୍ଯ୍ୟକ୍ରମ ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories