ଶ୍ରୀରାଧା ଉତ୍ସବ ଉଦଯାପିତ

ସାକ୍ଷୀଗୋପାଳ : ପବିତ୍ର ଅଁଳା ନବମୀ ଓ ବଡ଼ ଏକାଦଶୀ ଅବସରରେ ସ୍ଥାନୀୟ ପଞ୍ଚସଖା ମୁକ୍ତାକାଶ ରଙ୍ଗମଞ୍ଚରେ ପୁରୀ ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ଅନୁଷ୍ଠିତ ୩ ଦିନ ବ୍ୟାପି ସାଂସ୍କୃତିକ କାର୍ଯ୍ୟକ୍ରମ ଗୁରୁବାର ଉଦଯାପିତ ହୋଇଯାଇଛି । ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଉଦଯାପନୀ ଉତ୍ସବ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ କୁମାର ବେହେରା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ପୁରୀ ଜିଲ୍ଲା ଉପସଭାପତି ବସନ୍ତ କୁମାର ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Comments are closed.