www.samajalive.in
Monday, December 15, 2025
27.1 C
Bhubaneswar

ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବିତ, ଆଉ ୨ ନେତା ବି ବିଦା ହେଲେ

ସମାଜ ଡିଜିଟାଲ ଡେସ୍କ: ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ରଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ଥିବାରୁ ତାଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ନିଲମ୍ବିତ କରାଯାଇଛି। ଏ ସମ୍ପର୍କରେ ବିଜେଡି ଉପସଭାପତି ପ୍ରତାପ ଜେନାଙ୍କ ତରଫରୁ ଏକ ବିବୃତରେ ସୂଚନା ଦିଆଯାଇଛି।

ଶ୍ରୀମୟୀ ବିଜେଡିରେ ମହିଳା ବ୍ୟାପାର ସାଧାରଣ ସମ୍ପାଦକ ପଦବୀରେ ଅବସ୍ଥାପିତ ରହିଥିଲେ। କିଛି ଦିନ ହେବ ସେ ସାମାଜିକ ଗଣମାଧ୍ୟମରେ ଦଳ ବିରୋଧରେ ବିଭିନ୍ନ ମନ୍ତବ୍ୟ ଦେଇଆସୁଥିଲେ। ଧୃତରାଷ୍ଟ୍ର ଏବଂ ଭଣ୍ଡ ସନ୍ନ୍ୟାସୀ ଉପାଖ୍ୟାନରେ ଦଳର ମଙ୍ଗୁଆଳଙ୍କୁ କଟାକ୍ଷ କରି ଚର୍ଚ୍ଚାରେ ରହିଥିଲେ। ସେହି  କାରଣରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୁହାଯାଇଛି।

- Advertisement -

ଶ୍ରୀମୟୀଙ୍କ ବ୍ୟତୀତ କପ୍ତିପଦା ବ୍ଲକର ପୂର୍ବତନ ସଭାପତି ସୁବାସ ଚନ୍ଦ୍ର ସାଏ ଏବଂ ମୟୂରଭଞ୍ଜର ପୂର୍ବତନ ଜିଲା ସମ୍ପାଦକ ପ୍ରବୀର ଚନ୍ଦ୍ର ସାଏଙ୍କୁ ମଧ୍ୟ ବିଜେଡିରୁ ନିଲମ୍ବିତ କରାଯାଇଥିବା ବିବୃତିରେ ସୂଚନା ଦିଆଯାଇଛି।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories