www.samajalive.in
Sunday, December 7, 2025
26.1 C
Bhubaneswar

କଂଗ୍ରେସ ଇସ୍ତାହାର କମିଟି ଅଧ୍ୟକ୍ଷ ପଦରୁ ବିଦା ହେଲେ ଶ୍ରୀକାନ୍ତ, ସ୍ଥାନ ନେଲେ ଗଣେଶ୍ବର

ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଓଡ଼ିଶା ପ୍ରଦେଶ କଂଗ୍ରେସର ଇସ୍ତାହାର କମିଟି ଅଧ୍ୟକ୍ଷ ପଦରୁ ବାଦ୍ ପଡ଼ିଛନ୍ତି। ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ଜାରି ବିଜ୍ଞପ୍ତିରେ ତାଙ୍କ ସ୍ଥାନରେ ଗଣେଶ୍ୱର ବେହେରାଙ୍କୁ ଇସ୍ତାହାର କମିଟିର ଅଧ୍ୟକ୍ଷ ପଦରେ ନିଯୁକ୍ତି ଦିଆଯାଇଛି।

ଏହାସହ ପ୍ରଦେଶ କଂଗ୍ରେସ ଇସ୍ତାହାର କମିଟିକୁ ପୁନର୍ଗଠିତ କରାଯାଇଛି। ତେବେ ଏହି ପରିବର୍ତ୍ତନକୁ ନେଇ ମୁଁ ଖୁସି ଅଛି ବୋଲି ଶ୍ରୀକାନ୍ତ ଜେନା କହିଛନ୍ତି। ୧୦ ସଦସ୍ୟ ବିଶିଷ୍ଟ ନୂତନ ଇସ୍ତାହାର କମିଟିରେ ବିରୋଧୀ ଦଳ ନେତା ନରସିଂହ ମିଶ୍ର, ପୂର୍ବତନ ପିସିସି ଅଧ୍ୟକ୍ଷ ପ୍ରସାଦ ହରିଚନ୍ଦନ, ସତ୍ୟପ୍ରକାଶ ନାୟକ, ସୁଦର୍ଶନ ଦାସ, ଶ୍ୟାମସୁନ୍ଦର ହାଂସଦା, ମେରିସୁରିନ୍, ଲିଆକତ୍ ଅଲ୍ଲୀ ଓ ନଟବର ଖୁଣ୍ଟିଆ ପ୍ରମୁଖ ସଦସ୍ୟ ରହିଛନ୍ତି। ବିସ୍ମୟ ମହାପାତ୍ର କମିଟିର ଆବାହକ ରହିଛନ୍ତି।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories