www.samajalive.in
Sunday, December 7, 2025
23.1 C
Bhubaneswar

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲାଗି ଚଳଚଞ୍ଚଳ ଶ୍ରୀକ୍ଷେତ୍ର : ଆଜିଠାରୁ ହେବ ମହାଯଜ୍ଞ

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲାଗି ଜୋରସୋରରେ ପ୍ରସ୍ତୁତି ଚାଲିଛି। ଅଙ୍କୁର ପୂଜନ ପରେ ଯଜ୍ଞ ଅଧିବାସ ଚାଲିଛି। ସୋମବାରଠାରୁ ମହାଯଜ୍ଞ ଆରମ୍ଭ ହେବ । ଶ୍ରୀମନ୍ଦିର ଚାରିଦ୍ବାରରେ ଋକ୍‌, ସାମ୍‌, ଯଜୁଃ ଏବଂ ଅଥର୍ବ ବେଦ ମନ୍ତ୍ରରେ ପ୍ରକମ୍ପିତ ହେବ । ବ୍ରାହ୍ମଣ ମାନଙ୍କ ମନ୍ତ୍ରଧୂନୀରେ ଶ୍ରୀକ୍ଷେତ୍ରରେ ଆଧ୍ୟାତ୍ମିକତା ପରିବେଶ ସୃଷ୍ଟି ହେବ । ସେପଟେ ଲୋକାର୍ପଣ ମହୋତ୍ସବ ପାଇଁ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଗହଳି ଆରମ୍ଭ ହୋଇଗଲାଣି ।

ଦେଶର କୋଣ ଅନୁକୋଣରୁ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ସହରର ତିନୋଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି। ୪୪ ପ୍ଲାଟୁନ୍ ପୁଲିସ ଫୋର୍ସ , ସିସି ଟିଭି ସର୍ଭେଲାନ୍ସ ପୁରା ସହର ଉପରେ ନଜର ରହିବ । ଅନ୍ୟପଟେ ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ରହିଛି। ଏହି ଦିନକୁ ମୁଖ୍ୟମନ୍ତ୍ରୀ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ , ସ୍କୁଲ ଓ କଲେଜ ବନ୍ଦ ରହିବ । ଶ୍ରୀମାର୍ଗ ଏବଂ ଶ୍ରୀସେତୁ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇସାରିଥିବାବେଳେ ସୋମବାର ଏହା ଉପରେ ଟ୍ରାଏଲ ରନ କରାଯିବ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories