www.samajalive.in
Monday, December 15, 2025
15.1 C
Bhubaneswar

ସବୁ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର, ରାତିରେ ହେବ ସାନିଟାଈଜ

ଏଣିକି ରବିବାର ବ୍ୟତୀତ ସପ୍ତାହର ସମସ୍ତ ଦିନ ଶ୍ରୀମନ୍ଦିର ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ଖୋଲା ରହିବ। ସାର୍ବଜନୀନ ଦର୍ଶନ ସକାଳ ୬ଟାରୁ ଆରମ୍ଭ ହେବ। ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଗଠିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ବୈଠକରେ ଏହି ନିଷ୍ପତ୍ତି ହୋଇଛି। କରୋନା ସଂକ୍ରମଣ ଦୃଷ୍ଟିରୁ ପୂର୍ବରୁ ଜାରି କରାଯାଇଥିବା କଟକଣାଗୁଡିକ ଉପରେ ବିସ୍ତୃତ ଆଲୋଚନା ପରେ ଏଥିରେ କେତେକ ପରିବର୍ତ୍ତନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ନିଷ୍ପତ୍ତି ଅନୁଯାୟୀ ଆସନ୍ତାକାଲି ଠାରୁ ଅର୍ଥାତ ଏପ୍ରିଲ ୪ ତାରିଖ ପରଠାରୁ ପ୍ରତ୍ୟେକ ରବିବାର ଶ୍ରୀମନ୍ଦିର ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ବନ୍ଦ ରହିବ। ପ୍ରତି ରବିବାର ଦିନ ମନ୍ଦିର ପରିସରର ସମ୍ପୂର୍ଣ୍ଣ ପରିମଳ କରାଯିବ। ସପ୍ତାହରେ ଦୁଇ ଥର ସର୍ବସାଧାରଣ ଦର୍ଶନ ଶେଷ ହେବ ପରେ ମନ୍ଦିର ବନ୍ଦ ହେବା ପରେ ରାତିରେ ମନ୍ଦିର ପରିସରକୁ ସାନିଟାଇଜ କରାଯିବ। ଏହାଛଡା କୋଭିଡ୍ ଉପଯୁକ୍ତ ଆଚରଣ ପାଳନ ନିଶ୍ଚିତ କରିବା ପାଇଁ ତଦାରଖ ବ୍ୟବସ୍ଥା କଡାକଡି କରାଯିବ। ସେହିପରି ଅନ୍ୟ ରାଜ୍ୟରୁ ଆସୁଥିବା ବ୍ୟକ୍ତିଙ୍କ ଉପରେ ପ୍ରତିବନ୍ଧକ ସମ୍ପର୍କରେ ରାଜ୍ୟ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀଗୁଡିକ ମଧ୍ୟ ପାଳନ କରାଯିବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories