www.samajalive.in
Monday, December 8, 2025
20.1 C
Bhubaneswar

ନିଲମ୍ବନ ପରେ ଏମିତି ପ୍ରତିକ୍ରିୟା ଦେଲେ ଶ୍ରୀମୟୀ

ସମାଜ ଡିଜିଟାଲ ଡେସ୍କ: ବିଜେଡିରୁ ନିଲମ୍ବନ ହେବା ପରେ ନିଜର ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମୟୀ ମିଶ୍ର। ସେ କହିଛନ୍ତି, ଆତ୍ମସମ୍ମାନ ଓ ସ୍ଵାଭିମାନ ସ ହିତ ସାଲିସ କରିନାହିଁ କି କରିବି ନାହିଁ। ଦୀର୍ଘ ୧ ବର୍ଷ ଧରି ଯେଉଁ ଦଳରେ ନାହିଁ ଓ ନିଜର ସଦସ୍ୟତା ନବୀକରଣ କରିନାହିଁ, ସେ ଦଳ ମୋତେ ନିଲମ୍ବନ କରିବା ଜଗତେ କେବଳ ଜନେ ହସିବେ। ଜଣେ ଅଣଓଡ଼ିଆଙ୍କ ପ୍ରରୋଚନାରେ ଓଡ଼ିଶାକୁ ଦୀର୍ଘ ବର୍ଷ ଧରି ଶାସନ କରୁଥିବା ନେତା, ଜଣେ ଓଡ଼ିଆ ଝିଅର ସମ୍ମାନ ସହ ଖେଳିବା କେତେଦୂର ଠିକ ତାହାର ବିଚାର ଆପଣମାନଙ୍କର। ମା’କୁ ସମ୍ମାନର ଆହ୍ବାନ ଦେଉଥିବା ଜଣେ ଜନନାୟକଙ୍କର ଦାୟାଦ ଯେ ନିଜେ ନିଷ୍ପତ୍ତି ନେବାର ସକ୍ଷମ ନୁହଁ, ତାହା ଆଜି ପ୍ରମାଣିତ କରିଦେଲେ। ମୁଁ ଓଡ଼ିଆ ଝିଅ ବୋଲି ପ୍ରମାଣିତ କରିବା ପାଇଁ ଆତ୍ମଗାରିମାକୁ ଜଳାଞ୍ଜଳି ଦେବା ଆଦୌ ଉଚିତ ମନେ କରୁନାହିଁ।

ସୂଚନାଯୋଗ୍ୟ, ଦଳ ବିରୋଧୀ କାର୍ଯ୍ୟ ପାଇଁ ମଙ୍ଗଳବାର ଶ୍ରୀମୟୀଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ତାଙ୍କୁ ନିଲମ୍ବନ କରାଯାଇଥିବା ବିଜେଡି ଉପସଭାପତି ପ୍ରତାପ ଜେନା ସୂଚନା ଦେଇଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories