www.samajalive.in
Saturday, December 6, 2025
26.1 C
Bhubaneswar

ଓଡ଼ିଶାର ଶ୍ରୁତି ମହାପାତ୍ର ପାଇଲେ ନାରୀ ଶକ୍ତି ପୁରସ୍କାର

ଭୁବନେଶ୍ବର: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶାର ଶ୍ରୁତି ମହାପାତ୍ରଙ୍କୁ ନାରୀ ଶକ୍ତି ପୁରସ୍କାରରେ ସମ୍ମାନିତ କରିଛନ୍ତି। ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।

୨୦୨୦ ଏବଂ ୨୦୨୧ ବର୍ଷ ପାଇଁ ଆଜି ନାରୀ ଶକ୍ତି ପୁରସ୍କାର ପ୍ରଦାନ କରାଯାଇଛି। ମହିଳା ସଶକ୍ତିକରଣ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନକୁ ସମ୍ମାନ ପ୍ରଦର୍ଶନ ସ୍ବରୂପ ଦୁଇ ବର୍ଷ ପାଇଁ ମୋଟ୍‌ ୨୯ ଜଣ ମହିଳାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।  ନାରୀ ସଶକ୍ତିକରଣ, ବିଶେଷ କରି ଦୁର୍ବଳ ଓ ବଞ୍ଚିତ ବର୍ଗଙ୍କ କଲ୍ୟାଣ ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ୨୯ ଜଣ ମହିଳାଙ୍କୁ ମୋଟ ୨୮ଟି ପୁରସ୍କାରରେ ସମ୍ମାନିତ କରାଯାଇଛି।

- Advertisement -

ମହିଳାମାନଙ୍କ ଉପଲବ୍ଧିକୁ ସମ୍ମାନ ଜଣାଇବା ପାଇଁ, ନାରୀ ସଶକ୍ତିକରଣ ଓ ସମାଜ କଲ୍ୟାଣ ଦିଗରେ ଯୋଗଦାନ ତଥା ସମାଜରେ ସକରାତ୍ମକ ପରିବର୍ତ୍ତନ ଆଣିଥିବା ପ୍ରଗତିଶୀଳ ମହିଳାମାନଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ, ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରତିବର୍ଷ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରାଯାଇଥାଏ । କୋଭିଡ-୧୯ ମହାମାରୀ କାରଣରୁ ଦେଖା ଦେଇଥିବା ପରିସ୍ଥିତି ଯୋଗୁ ୨୦୨୦ ଏବଂ ୨୦୨୧ରେ ପୁରସ୍କାର ବିତରଣ ସମାରୋହ ଆୟୋଜିତ ହୋଇପାରି ନଥିଲା।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories