www.samajalive.in
Sunday, December 14, 2025
16.1 C
Bhubaneswar

କ୍ଷମା ମାଗିଲେ ଶୁଭଙ୍କର ମିଶ୍ରା

ସମାଜଲାଇଭ ଡେସ୍କ: ଶ୍ରୀମନ୍ଦିର ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଥିବା ଲୋକପ୍ରିୟ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ଶୁଭଙ୍କର ମିଶ୍ର ଶେଷରେ କ୍ଷମା ମାଗିଛନ୍ତି। ନିଜ ୟୁଟ୍ୟୁବ ଚ୍ୟାନେଲ ଜରିଆରେ ସେ ଭୁଲ ସ୍ବୀକାର କରିଛନ୍ତି। ଏହା ସହିତ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରୁ ଉକ୍ତ ବିବାଦୀୟ ପଡକାଷ୍ଟ ଭିଡିଓକୁ ହଟାଇଛନ୍ତି। ଶୁଭଙ୍କର ଶ୍ରୀମନ୍ଦିର ସମ୍ପର୍କରେ ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ବିଭିନ୍ନ ମହଲରେ ଦାବି ହେବା ପରେ ସେ ଭୁଲ ମାଗିଛନ୍ତି।

ସୂଚନାଯୋଗ୍ୟ, ଶୁଭଙ୍କର ଏକ ପଡକାଷ୍ଟରେ କହିଥିଲେ ଯେ, ପ୍ରେମୀ ଯୁଗଳ ବିବାହ ପୂର୍ବରୁ ଶ୍ରୀମନ୍ଦିରକୁ ଗଲେ ସେମାନଙ୍କ ସମ୍ପର୍କ ଭାଙ୍ଗିଯାଏ। କୌଣସି ପ୍ରେମୀ ଯୁଗଳ ଭୁଲରେ ବି ଶ୍ରୀମନ୍ଦିରକୁ ଯିବା ଉଚିତ ନୁହେଁ। ସମ୍ପର୍କକୁ ସୁରକ୍ଷିତ ରଖିବାକୁ ଚାହୁଁଥିଲେ ମନ୍ଦିର ଭିତରକୁ ଯିବ ନାହିଁ। କାରଣ ଶ୍ରୀମନ୍ଦିର ଉପରେ ମା’ ରାଧାରାଣୀଙ୍କ ଅଭିଶାପ ପଡ଼ିଛି। ଦିନେ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜଗନ୍ନାଥ ରୂପ ଦର୍ଶନ ପାଇଁ ମା’ ରାଧାରାଣୀ ଶ୍ରୀମନ୍ଦିରରେ ପହଞ୍ଚିଥିଲେ। ସେ ମନ୍ଦିର ଭିତରକୁ ଯିବା ସମୟରେ ସେବାୟତମାନେ ତାଙ୍କୁ ଅଟକାଇଥିଲେ। ଯାହାକୁ ନେଇ ମା’ ରାଧାରାଣୀ ରାଗିଯାଇ ଅଭିଶାପ ଦେଇଥିଲେ। କୌଣସି ଅବିବାହିତ ଯୋଡ଼ି ମନ୍ଦିର ଭିତରକୁ ଆସିଲେ ସେମାନଙ୍କ ସମ୍ପର୍କ ଭାଙ୍ଗିଯିବା ସହ ବିବାହ ହୋଇପାରିବ ନାହିଁ ବୋଲି ମା’ ଅଭିଶାପ ଦେଇ ସେଠାରୁ ଚାଲିଯାଇଥିଲେ। ଶୁଭଙ୍କରଙ୍କ ଏହି ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହେବା ପରେ ରାଜ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ବିଶେଷକରି ପୁରୀରେ ଅସନ୍ତୋଷ ଦେଖାଦେଇଛି। ଶୁଭଙ୍କର କିପରି ଏଭଳି ବିଭ୍ରାନ୍ତିକର ଟିପ୍ପଣୀ ଦେଇପାରିଲେ ତାହାକୁ ନେଇ ପୁରୀବାସୀ ପ୍ରଶ୍ନ ଉଠାଇଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories