www.samajalive.in
Monday, December 8, 2025
13.1 C
Bhubaneswar

ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲା: ଅଧିକ ତଦନ୍ତ ଲାଗି ବ୍ରହ୍ମପୁରରେ ସିବିଆଇ ଟିମ୍

ବ୍ରହ୍ମପୁର:ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲା। ଅଧିକ ତଦନ୍ତ ଲାଗି ବ୍ରହ୍ମପୁରରେ ପହଞ୍ଚିଛି ସିବିଆଇ ଟିମ୍। ଓଡ଼ିଶା ପୁଲିସ୍‌ ନିଯୁକ୍ତି ବୋର୍ଡ ଦ୍ବାରା ପରିଚାଳିତ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) କରିବ। ପୂର୍ବରୁ କ୍ରାଇମବ୍ରାଞ୍ଚି ଏହି ମାମଲାର ତଦନ୍ତ କରୁଥିଲା। ଆଗକୁ ସିବିଆଇ ଏହି ମାମଲାରେ ଅଧିକ ଖୋଳତାଡ କରିବା ନେଇ ସୂଚନା ମିଳିଛି। ଏନେଇ ଆଜି କେନ୍ଦ୍ର କାର୍ମିକ, ଅଭିଯୋଗ ଓ ପେନ୍‌ସନ୍‌ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏସ୍‌ଆଇ ପରୀକ୍ଷା କେଳେଙ୍କାରୀର ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅକ୍ଟୋବର ୨୨ ତାରିଖରେ ସୁପାରିସ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସୁପାରିସକୁ କେନ୍ଦ୍ର ଅନୁମୋଦନ କରିଛି।

ସୂଚନା ଅନୁସାରେ ଗତ ୮ ମାସ ମଧ୍ୟରେ ଦୁଇ ଥର ପୁଲିସ୍ ଏସ୍‌ଆଇ ନିଯୁକ୍ତି ବାତିଲ ହୋଇଥିଲା। ଏହି ମାମଲାରେ ପ୍ରଥମେ ୧୧୪ ଜଣ ଆଶାୟୀ ଅନ୍ୟ ୩ଜଣ ଦଲାଲଙ୍କୁ ମିଶାଇ ମୋଟ ୧୧୭ଜଣଙ୍କୁ ଗିରଫ କରାଯାଇଥିଲା। ପରବର୍ତ୍ତୀ ସମୟରେ ମାମଲା କ୍ରାଇମ୍‌ବ୍ରାଞ୍ଚ ହାତକୁ ଯିବା ପରେ ପ୍ରଥମେ ୬ ଦଲାଲ ଓ ୨ ମାଷ୍ଟରମାଇଣ୍ଡକୁ କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଥିଲା।

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories