www.samajalive.in
Wednesday, December 10, 2025
16.1 C
Bhubaneswar

ଏସ୍‌ଆଇ ସ୍କାମ୍‌ : ଶଙ୍କରର କେୟାର ଟେକର ଗିରଫ

ଭୁବନେଶ୍ବର: ଏସ୍‌ଆଇ ନିଯୁକ୍ତି ପରୀକ୍ଷା ଦୁର୍ନୀତି ମାମଲାରେ ଅଭିଯୁକ୍ତ ଶଙ୍କର ପୃଷ୍ଟିର କେୟାର ଟେକର ଗିରଫ ହୋଇଛି। ଅଭିଯୁକ୍ତ ସାଗର କୁମାର ଗୌଡକୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ଦୀଘା ମଡ୍ୟୁଲର ଦାୟିତ୍ଵରେ ସାଗର ଥିବା ସୂଚନା ମିଳିଛି। ସାଗର ଜରିଆ ରେ ଏଜେଣ୍ଟ ଙ୍କ ସହ ଲିଙ୍କ ରେ ଆସୁଥିଲା ଶଙ୍କର । ସେପଟେ ଓଡ଼ିଶା ପୁଲିସ ଏସ୍‌ଆଇ ନିଯୁକ୍ତି ପରୀକ୍ଷାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଦ୍ୱାରା କରାଯିବ। ଏଥିପାଇଁ କେନ୍ଦ୍ର ସରକାର ଅନୁମୋଦନ ଦେଇଛନ୍ତି।

ସୂଚନାଯୋଗ୍ୟ ପୁଲିସ ସବ୍-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷାରେ ଦୁର୍ନୀତି ଅଭିଯୋଗ ହେବା ପରେ ରାଜ୍ୟ ସରକାରଙ୍କ କ୍ରାଇମବ୍ରାଞ୍ଚ ବିଭାଗ ପକ୍ଷରୁ ଏହାର ତଦନ୍ତ କରାଯାଉଥିଲା। ଏହି ଦୁର୍ନୀତିର ଚେର ଆନ୍ଧ୍ର ପ୍ରଦେଶ, ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପିଥିବା ସନ୍ଦେହ କରାଯାଉଛି। ଏଥିରେ ଆନ୍ତରାଜ୍ୟ ସଙ୍ଗଠିତ ଅପରାଧ ଗ୍ୟାଙ୍ଗର ସମ୍ପୃକ୍ତି ଥିବାର ସନ୍ଦେହ ରହିଛି।

- Advertisement -

ଏହାର ଉପଯୁକ୍ତ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିବିଆଇ ତଦନ୍ତ ନିମନ୍ତେ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ଗ୍ରହଣ କରି କେନ୍ଦ୍ର ସରକାର ଏହାର ସିବିଆଇ ତଦନ୍ତ ପାଇଁ ନିର୍ଦେଶ ଦେଇଛନ୍ତି। ଏହି ଘଟଣାରେ ଦୁର୍ନୀତି ପାଇଁ ହୋଇଥିବା ଉଦ୍ୟମ, ପ୍ରୋତ୍ସାହନ ଓ ଷଡ଼ଯନ୍ତ୍ର ସମ୍ପର୍କରେ ସିବିଆଇ ତଦନ୍ତ କରିବ। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

Hot this week

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

Related Articles

Popular Categories