www.samajalive.in
Saturday, December 6, 2025
15.1 C
Bhubaneswar

ଏସ୍‌ଆଇ ସ୍କାମ୍‌ : ଶଙ୍କରର କେୟାର ଟେକର ଗିରଫ

ଭୁବନେଶ୍ବର: ଏସ୍‌ଆଇ ନିଯୁକ୍ତି ପରୀକ୍ଷା ଦୁର୍ନୀତି ମାମଲାରେ ଅଭିଯୁକ୍ତ ଶଙ୍କର ପୃଷ୍ଟିର କେୟାର ଟେକର ଗିରଫ ହୋଇଛି। ଅଭିଯୁକ୍ତ ସାଗର କୁମାର ଗୌଡକୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ଦୀଘା ମଡ୍ୟୁଲର ଦାୟିତ୍ଵରେ ସାଗର ଥିବା ସୂଚନା ମିଳିଛି। ସାଗର ଜରିଆ ରେ ଏଜେଣ୍ଟ ଙ୍କ ସହ ଲିଙ୍କ ରେ ଆସୁଥିଲା ଶଙ୍କର । ସେପଟେ ଓଡ଼ିଶା ପୁଲିସ ଏସ୍‌ଆଇ ନିଯୁକ୍ତି ପରୀକ୍ଷାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଦ୍ୱାରା କରାଯିବ। ଏଥିପାଇଁ କେନ୍ଦ୍ର ସରକାର ଅନୁମୋଦନ ଦେଇଛନ୍ତି।

ସୂଚନାଯୋଗ୍ୟ ପୁଲିସ ସବ୍-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷାରେ ଦୁର୍ନୀତି ଅଭିଯୋଗ ହେବା ପରେ ରାଜ୍ୟ ସରକାରଙ୍କ କ୍ରାଇମବ୍ରାଞ୍ଚ ବିଭାଗ ପକ୍ଷରୁ ଏହାର ତଦନ୍ତ କରାଯାଉଥିଲା। ଏହି ଦୁର୍ନୀତିର ଚେର ଆନ୍ଧ୍ର ପ୍ରଦେଶ, ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପିଥିବା ସନ୍ଦେହ କରାଯାଉଛି। ଏଥିରେ ଆନ୍ତରାଜ୍ୟ ସଙ୍ଗଠିତ ଅପରାଧ ଗ୍ୟାଙ୍ଗର ସମ୍ପୃକ୍ତି ଥିବାର ସନ୍ଦେହ ରହିଛି।

- Advertisement -

ଏହାର ଉପଯୁକ୍ତ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିବିଆଇ ତଦନ୍ତ ନିମନ୍ତେ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ଗ୍ରହଣ କରି କେନ୍ଦ୍ର ସରକାର ଏହାର ସିବିଆଇ ତଦନ୍ତ ପାଇଁ ନିର୍ଦେଶ ଦେଇଛନ୍ତି। ଏହି ଘଟଣାରେ ଦୁର୍ନୀତି ପାଇଁ ହୋଇଥିବା ଉଦ୍ୟମ, ପ୍ରୋତ୍ସାହନ ଓ ଷଡ଼ଯନ୍ତ୍ର ସମ୍ପର୍କରେ ସିବିଆଇ ତଦନ୍ତ କରିବ। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories