www.samajalive.in
Monday, December 8, 2025
13.1 C
Bhubaneswar

ସିଦ୍ଧ ବିନାୟକ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା

ପାଟଣା : ପାଟଣା ବ୍ଲକ ଅନ୍ତର୍ଗତ ଚିନାମାଳିପଶି ପଞ୍ଚାୟତ କେତାଙ୍ଗ ଗ୍ରାମ ସ୍ଥିତ ସିଦ୍ଧ ବିନାୟକ ଶିଶୁ ବିଦ୍ୟାମନ୍ଦିରରେ ଗୁରୁବାର  ବିଜ୍ଞାନ ମେଳା ଅନୁଷ୍ଠାନର ମୁଖ୍ୟ ଶୁକଦେବ ମହାନ୍ତଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ମୋଟ ୧୫୭ଟି ଜ୍ଞାନ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ପାଟଣା ବ୍ଲକ ସହ ଶିକ୍ଷାଧିକାରୀ ସଚ୍ଚିଦାନନ୍ଦ ସେଠୀ ମେଳାକୁ ଉଦଘାଟନ କରିବା ସହ ଛାତ୍ରଛାତ୍ରୀ ମାନେ ପାଠ ପଢା ସହ ବିଜ୍ଞାନ ପ୍ରତି ଅଧିକ ମନ ଦେବାକୁ ପରାମର୍ଶ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ନୃସିଂହ ନାଥ ସିଂହ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିଭୁତି ଭୂଷଣ ପ୍ରଧାନ, ତେଲକୋଇ ବ୍ଲକ ଅବସରପ୍ରାପ୍ତ ସହ ଶିକ୍ଷାଧିକାରୀ ଦୁର୍ଯୋଧନ ମହାନ୍ତ ଓ ଶିକ୍ଷାବୀତ ମହେଶ୍ୱର ମହାନ୍ତ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ। ପ୍ରଧାନ ଆଚାର୍ଯ୍ୟ ମଙ୍ଗଳୁ ମୁଣ୍ଡା ଓ ସମସ୍ତ ଗୁରୁଜୀ ଗୁରୁମା ମେଳା ପରିଚାଳନା କରିଥିଲେ। ଶିକ୍ଷୟତ୍ରୀ ଚନ୍ଦ୍ରାବଳୀ ଗିରି ଓ ଅନ୍ୟମାନେ ବିଚାରକ ଭାବେ ଯୋଗ ଦେଇଥିଲେ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories