www.samajalive.in
Monday, December 15, 2025
26.1 C
Bhubaneswar

ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ ; ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦିଗପହଣ୍ଡି ବିଧାୟକ ତଥା ଓଲିଉଡ୍‌ ସୁପରଷ୍ଟାର ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ ଘଟିଛି। ଏହି ଖବର ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଦ୍ଧାନ୍ତଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏକ୍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃବିୟୋଗ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ଶ୍ରୀ ମହାପାତ୍ରଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କଲି ଓ ଶୋକାକୁଳ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇଲି । ମୁଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ସେ ଦିବଙ୍ଗତ ଆତ୍ମାଙ୍କୁ ଶାନ୍ତି ପ୍ରଦାନ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ଏହି ଦୁଃଖ ସହିବାର ଶକ୍ତି ପ୍ରଦାନ କରନ୍ତୁ।

ମାତ୍ର ୧ ଟଙ୍କାରେ.. କୋଟି କୋଟି ଗ୍ରାହକଙ୍କ ପାଇଁ ଖୁସି ଖବର; ନୂଆ ରିଚାର୍ଜ ପ୍ଲାନ୍‌ ଆଣିଲା ଏୟାରଟେଲ୍‌

- Advertisement -

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories