www.samajalive.in
Saturday, December 6, 2025
26.1 C
Bhubaneswar

ଡବ୍ଲ୍ୟୁପିଏଲ୍‌ର ଉଦ୍‌ଘାଟନ ଉତ୍ସବ; ନୃତ୍ୟ ପ୍ରଦର୍ଶନ କରିବେ କାର୍ତ୍ତିକ, ସିଦ୍ଧାର୍ଥ

ବେଙ୍ଗାଲୁରୁ: ବିସିସିଆଇ ଆନୁକୂଲ୍ୟରେ ଆୟୋଜିତ ମହିଳା ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ) କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟର ଦ୍ବିତୀୟ ସଂସ୍କରଣ ଆସନ୍ତା ୨୩ରୁ ଆରମ୍ଭ ହେବାକୁ ଯାଉଛି। ବେଙ୍ଗାଲୁରୁସ୍ଥିତ ଏମ୍‌.ଚିନାସ୍ବାମୀ ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା ପ୍ରଥମ ମ୍ୟାଚ୍‌ ପୂର୍ବରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ। ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ଯନ ଓ ସିଦ୍ଧାର୍ଥ ମାଲହୋତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ। ସାଂସ୍କୃତିକ କାର୍ଯ୍ୟକ୍ରମ ସନ୍ଧ୍ୟା ୬ଟା ୩୦ ମିିନିଟ୍‌ରେ ଆରମ୍ଭ ହେବ ବୋଲି ଆୟୋଜକଙ୍କ ସୂତ୍ରରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। କାର୍ତ୍ତିକ ଓ ସିଦ୍ଧାର୍ଥଙ୍କ ବ୍ୟତୀତ ଅନ୍ୟ କେତେକ ବଲିଉଡ୍‌ କଳାକାର ଉଦ୍‌ଘାଟନ ଉତ୍ସବରେ ନୃତ୍ୟ, ସଙ୍ଗୀତ ପରିବେଷଣ କରିବେ। ଉଦ୍‌ଘାଟନ ଉତ୍ସବ ଶେଷ ହେବା ପରେ ଗତଥରର ଚମ୍ପିଆନ ମୁମ୍ବଇ ଇଣ୍ଡିଆନ୍‌ସ ଓ ଦିଲ୍ଲୀ କ୍ୟାପିଟାଲ୍‌ସ ମଧ୍ୟରେ ମ୍ୟାଚ୍‌ ଖେଳାଯିବ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories