www.samajalive.in
Friday, December 12, 2025
19.1 C
Bhubaneswar

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ସିଂହଟିଆ ହାଇସ୍କୁଲରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ବଡସାହି : ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ସିଂହଟିଆ ହାଇସ୍କୁଲରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସିଂହଟିଆ ରାଧାକୃଷ୍ଣ ନୋଡାଲ ହାଇସ୍କୁଲରେ ପ୍ରଧାନଶିକ୍ଷକ ମଧୁସୂଦନ ସେନାପତିଙ୍କ ଅଧ୍ୟକ୍ଷାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଧାୟକ ଗଣେଶ୍ୱର ପାତ୍ର ଯୋଗଦେଇ ମହାତ୍ମାଗାନ୍ଧୀ, ଲାଲବାହାଦୂର ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡୁକୁରା ରେଞ୍ଜର ଅନନ୍ତ କୁମାର ଜେନା, ବିଜେଡି ପର୍ଯ୍ୟବେକ୍ଷକ କ୍ଷୀରୋଦ ଚନ୍ଦ୍ର ରାଉତ ଓ ବ୍ଳକ କୋ-ଅଡିନେଟର ସୁଧାଂଶୁ ଶେଖର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଗାନ୍ଧୀଜୀଙ୍କ ଗୁଣାବଳୀକୁ ରୋମନ୍ଥନ କରିଥିଲେ। ସ୍କୁଲ ପରିବେଶକୁ ସ୍ୱଚ୍ଛ ରଖିବା ପାଇଁ ପିଲାମାନଙ୍କୁ ପରାମର୍ଶ ଦେବା ସହିତ ପ୍ରକୃତିକୁ ସୁରକ୍ଷା ଦେବା ପାଇଁ ବୃକ୍ଷରୋପଣ କରାଯାଇଥିଲା। ରୋପିତ ଚାରା ଗଛ ଗୁଡ଼ିକର ସୁରକ୍ଷା ଦାୟିତ୍ୱ ଅତିଥି ଗଣ ଛାତ୍ରଛାତ୍ରୀଙ୍କ ଉପରେ ନ୍ୟସ୍ତ କରିଥିଲେ। କାର୍ଯ୍ୟକ୍ରମରେ ସ୍କୁଲର ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀ, କର୍ମଚାରୀ ଓ ଛାତ୍ରଛାତ୍ରୀଗଣ ସହଯୋଗ କରିଥିଲେ।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories