www.samajalive.in
Wednesday, December 10, 2025
23.1 C
Bhubaneswar

ପ୍ରସାରିତ ହେବ ଶିକ୍ଷା ଭିତ୍ତିକ କାର୍ଯ୍ୟକ୍ରମ ‘ଶିକ୍ଷା ଦର୍ପଣ’ ଓ ‘ରେଡିଓ ପାଠଶାଳା’

ଭୁବନେଶ୍ବର: ଦୂରଦର୍ଶନ ଓଡ଼ିଆ ଚ୍ୟାନେଲ୍‌ରେ ଶିକ୍ଷା ଭିତ୍ତିକ କାର୍ଯ୍ୟକ୍ରମ ‘ଶିକ୍ଷା ଦର୍ପଣ’ ନଭେମ୍ବର ୧୬ରୁ ଆରମ୍ଭ ହୋଇ ନଭେମ୍ବର ୨୦ ପର୍ଯ୍ୟନ୍ତ ଚାଲିବ। ଏହା ପ୍ରତ୍ୟେହ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଅପରାହ୍ଣ ୩.୩୦ରୁ ୪.୩୦ ପର୍ଯ୍ୟନ୍ତ ଦୂରଦର୍ଶନ ଓଡ଼ିଆ ଚ୍ୟାନେଲ୍‌ରେ ‘ଶିକ୍ଷା ଦର୍ପଣ’ କାର୍ଯ୍ୟକ୍ରମ ପ୍ରସାରିତ ହେବ। ସୋମବାରରୁ ଶୁକ୍ରବାର ପର୍ଯ୍ୟନ୍ତ ୩୦ ମିନିଟ୍‌ ଲେଖାଏଁ ୨ ବିଷୟ ପ୍ରସାରଣ କରାଯିବ। ଏହି କାର୍ଯ୍ୟକ୍ରମ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପ୍ରସାରଣ କରାଯିବ। ଏହାବ୍ୟତୀତ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ପୂର୍ବାହ୍ନ ୧୦ଟାରୁ ୧୦.୩୦ ପର୍ଯ୍ୟନ୍ତ ‘ରେଡିଓ ପାଠଶାଳା’ କାର୍ଯ୍ୟକ୍ରମ ପ୍ରସାରିତ ହେବ। ଏହି କାର୍ଯ୍ୟକ୍ରମ ସମ୍ପର୍କରେ ଛାତ୍ରଛାତ୍ରୀ ଏବଂ ସେମାନଙ୍କ ପିତାମାତା ଓ ଅଭିଭାବକଙ୍କୁ ଅବଗତ କରାଇବା ସହିତ ଏହାର ଅଧିକ ପ୍ରଚାର ଓ ପ୍ରସାର କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଯୁଗ୍ମ ନିର୍ଦେଶକ ଡ.ସନାତନ ପଣ୍ଡା ଜିଲା ଶିକ୍ଷା ଅଧିକାରୀ, ବ୍ଲକ ଶିକ୍ଷା ଅଧିକାରୀ ଓ ସମଗ୍ର ଶିକ୍ଷା ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ଚିଠି ଲେଖିଛନ୍ତି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories