www.samajalive.in
Friday, December 5, 2025
19.1 C
Bhubaneswar

ଆଜିଠୁ ଖୋଲିଲା ଶିମିଳିପାଳ

ଦେଶର ଅଷ୍ଟମ ଜୈବମଣ୍ଡଳ ଭାବେ ପରିଚିତ ମୟୂରଭଞ୍ଜ ଜିଲାରେ ଥିବା ଶିମିଳିପାଳ ପର୍ଯ୍ୟଟକଙ୍କ ସକାଶେ ଆଜିଠୁ ଖୋଲିଛି ।  ଅଭୟାରଣ୍ୟକୁ ଦୁଇଟି ଗେଟ୍ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ । ପିଠାବଟା ଓ କାଳିଆଣି ଫାଟକ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ। ବ୍ୟାଘ୍ର ପ୍ରକଳ୍ପର ମଜା ନେବେ ପର୍ଯ୍ୟଟକ । ସାଧାରଣତଃ ପ୍ରତିବର୍ଷ ନଭେମ୍ବର ଏକ ତାରିଖଠାରୁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯାଇଥାଏ। ହେଲେ ଏଥର ୧୦ ଦିନ ପୂର୍ବରୁ ଅର୍ଥାତ୍ ୧୮ ତାରିଖଠାରୁ ପର୍ଯ୍ୟଟକଙ୍କ ସକାଶେ ଖୋଲିଛି । ଗତ ଜୁଲାଇ ୧ ତାରିଖଠାରୁ ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ କରାଯାଇଥିଲା।

ବିଭାଗ ପକ୍ଷରୁ ଜାରି କରାଯାଇଥିବା ନିୟମାବଳୀ ଅନୁଯାୟୀ ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକମାନେ ବାରିପଦାର ପିଠାବଟା ଫାଟକ ଏବଂ ଯଶିପୁରର କାଳିଆଣି ଫାଟକ ଦେଇ ପ୍ରବେଶ କରିବେ। ଦୈନିକ ସର୍ବାଧିକ ପ୍ରଥମେ ପହଞ୍ଚିଥିବା ୨୫ଟି ଚାରିଚକିଆ ଯାନ ପିଠାବଟା ତନଖି ଫାଟକ ମଧ୍ୟ ଦେଇ ଏବଂ ପ୍ରଥମ ୩୫ଟି ଚାରିଚକିଆ ଯାନ ଯଶିପୁର କାଳିଆଣି ତନଖି ଫାଟକ ମଧ୍ୟ ଦେଇ ପ୍ରବେଶ ପାଇଁ ଅନୁମତି ଦେବାର ବ୍ୟବସ୍ଥା ରଖାଯାଇଛି।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories