www.samajalive.in
Saturday, December 6, 2025
26.1 C
Bhubaneswar

ଆଜିଠୁ ଖୋଲିଲା ଶିମିଳିପାଳ

ଦେଶର ଅଷ୍ଟମ ଜୈବମଣ୍ଡଳ ଭାବେ ପରିଚିତ ମୟୂରଭଞ୍ଜ ଜିଲାରେ ଥିବା ଶିମିଳିପାଳ ପର୍ଯ୍ୟଟକଙ୍କ ସକାଶେ ଆଜିଠୁ ଖୋଲିଛି ।  ଅଭୟାରଣ୍ୟକୁ ଦୁଇଟି ଗେଟ୍ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ । ପିଠାବଟା ଓ କାଳିଆଣି ଫାଟକ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ। ବ୍ୟାଘ୍ର ପ୍ରକଳ୍ପର ମଜା ନେବେ ପର୍ଯ୍ୟଟକ । ସାଧାରଣତଃ ପ୍ରତିବର୍ଷ ନଭେମ୍ବର ଏକ ତାରିଖଠାରୁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯାଇଥାଏ। ହେଲେ ଏଥର ୧୦ ଦିନ ପୂର୍ବରୁ ଅର୍ଥାତ୍ ୧୮ ତାରିଖଠାରୁ ପର୍ଯ୍ୟଟକଙ୍କ ସକାଶେ ଖୋଲିଛି । ଗତ ଜୁଲାଇ ୧ ତାରିଖଠାରୁ ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ କରାଯାଇଥିଲା।

ବିଭାଗ ପକ୍ଷରୁ ଜାରି କରାଯାଇଥିବା ନିୟମାବଳୀ ଅନୁଯାୟୀ ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକମାନେ ବାରିପଦାର ପିଠାବଟା ଫାଟକ ଏବଂ ଯଶିପୁରର କାଳିଆଣି ଫାଟକ ଦେଇ ପ୍ରବେଶ କରିବେ। ଦୈନିକ ସର୍ବାଧିକ ପ୍ରଥମେ ପହଞ୍ଚିଥିବା ୨୫ଟି ଚାରିଚକିଆ ଯାନ ପିଠାବଟା ତନଖି ଫାଟକ ମଧ୍ୟ ଦେଇ ଏବଂ ପ୍ରଥମ ୩୫ଟି ଚାରିଚକିଆ ଯାନ ଯଶିପୁର କାଳିଆଣି ତନଖି ଫାଟକ ମଧ୍ୟ ଦେଇ ପ୍ରବେଶ ପାଇଁ ଅନୁମତି ଦେବାର ବ୍ୟବସ୍ଥା ରଖାଯାଇଛି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories