www.samajalive.in
Sunday, December 14, 2025
23.1 C
Bhubaneswar

ଶିମିଳିପାଳ ଅଭୟାରଣ୍ୟରେ ଲାଗିଲା ନିଆଁ, ବ୍ୟାପକ କ୍ଷୟକ୍ଷତି ସୂଚନା

ଠାକୁରମୁଣ୍ଡା: ଚଳିତ ବର୍ଷ ଶିମିଳିପାଳ ଅଭୟାରଣ୍ୟର ଗୁରୁଗୁଡ଼ିଆ, ତାଳବନ୍ଧ ଏବଂ ଚହଲା ରେଞ୍ଜର ୫ଟି ଜାଗାରେ ଲାଗିଛି ନିଆଁ ଲାଗିଥିଲା। ଗତବର୍ଷ ଶିମିଳିପାଳ ଅଭୟାରଣ୍ୟ ବିଭିନ୍ନ ଜାଗାରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି। ଜଙ୍ଗଲରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ପାଇଁ ଓଡ୍ରାଫ ଟିମ ସହିତ ଅଗ୍ନିଶମ ବିଭାଗ ନିୟୋଜିତ ହୋଇଥିଲେ। ଆଗକୁ ଗ୍ରୀଷ୍ମ ପ୍ରବାହ ବଢ଼ୁଥିବାରୁ ନିଆଁ ଆହୁରି ଜୋରରେ ଲାଗିବା ଆଶଙ୍କା କରାଯାଉଛି।

ଚଳିତ ବର୍ଷ ଜଙ୍ଗଲ ନିଆଁକୁ ଆୟତ୍ତ କରିବା ପାଇଁ ବନବିଭାଗ ବିଭିନ୍ନ ସମୟରେ ୬୦୦ ଟି ସଚେତନତା ଶୋଭାଯାତ୍ରା ଏବଂ ୬୦ଟି ମିଳିତ ମକଡ୍ରିଲ କରିଥିଲା ବନବିଭାଗ। ସେହିପରି ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲିଭା କାର୍ଯ୍ୟରେ ୭୦୦ ଅସ୍ଥାୟୀ ବନକର୍ମଚାରୀ ନିୟୋଜିତ ଥିବାବେଳେ ୫୦୦ଟି ନିଆଁଲିଭା ମେସିନ ବିଭାଗ ମହଜୁଦ ରଖିଛି । ଅଭୟାରଣ୍ୟରେ ମଧ୍ୟରେ ଜଙ୍ଗଲ ନିଆଁକୁ ଆୟତ୍ତ କରିବା ପାଇଁ ବନବିଭାଗ ଫାଇଆର ଲାଇନ କାଟି ଜଙ୍ଗଲ ସୁରକ୍ଷା କରୁଥିବା ଜଣାପଡ଼ିଛି। ଅପରପକ୍ଷରେ ମନୁଷ୍ୟ କୃତ ନିଆଁକୁ ଆୟତ୍ତ କରି ପାରୁନି ବିଭାଗ। ଯାହା ଫଳରେ ବିଭିନ୍ନ ସମୟରେ ଜଙ୍ଗଲ ରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ହେଉଛି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories