www.samajalive.in
Saturday, December 6, 2025
23.1 C
Bhubaneswar

ଉଜ୍ଜ୍ୱଳ ତ୍ୱଚା ପାଇଁ ସରଳ ଉପାୟ

କମଳା ଖାଇବାକୁ ଯେପରି ସୁଆଦିଆ ଓ ସ୍ୱାସ୍ଥ୍ୟ ପାଇଁ ହିତକାରକ, ସେଭଳି ଏହାର ଚୋପାର ଫେସ ପ୍ୟାକ ମଧ୍ୟ ତ୍ୱଚା ପାଇଁ ଖୁବ ଉପକାରୀ।
– ପ୍ରଥମେ କମଳାର ଚୋପାକୁ ଭଲ ଭାବେ ଖରାରେ ଶୁଖାଇ ଦିଅନ୍ତୁ। ଭଲ ଭାବେ ଶୁଖାଇବା ପରେ ଏହାକୁ ପେଷି ଦିଅନ୍ତୁ।
ପେଷିବା ପରେ ଏହି କମଳା ଚୋପା ଗୁଣ୍ଡରେ ହଳଦୀ ଗୁଣ୍ଡ ମିଶାଇ ଭଲ ଭାବେ ମିଶାଇ ଦିଅନ୍ତୁ।
– ଭଲ ଭାବେ ମିଶାଇବା ପରେ ଏଥିରେ ଗୋଲାପ ଜଳ ମିଶାଇ ପେଷ୍ଟ ପ୍ରସ୍ତୁତ କରନ୍ତୁ।
– ଏହି ପେଷ୍ଟକୁ ମୁହଁରେ ଲଗାଇ କିଛି ସମୟ ରଖି ଦିଅନ୍ତୁ। ଶୁଖିବା ପରେ ମୁହଁକୁ ଭଲ ଭାବେ ଧୋଇ ଦିଅନ୍ତୁ।
– ସପ୍ତାହକୁ ଥରେ ଏହାକୁ ଲଗାଇଲେ ନିଜେ ଏହାର ଚମତ୍କାରିତା ଅନୁଭବ କରି ପାରିବେ।
ଗ୍ଲିସରିନ, ଗୋଲାପ ଜଳ ଓ ଲେମ୍ବୁ ରସର ମିଶ୍ରଣରେ ପ୍ରସ୍ତୁତ ହେଉଥିବା ଏହି ସିରମ ଆପଣଙ୍କ ତ୍ୱଚାକୁ କୋମଳ ଓ ଚମକପ୍ରଦ କରିଥାଏ।  ତ୍ୱଚାର ଶୁଷ୍କପଣ ଦୂର କରିବା ପାଇଁ ଏହାକୁ ରାମବାଣ କହିଲେ ଭୁଲ ହେବ ନାହିଁ। ଏହାସହ ଏହି ସିରମ ମୁହଁର ଦାଗ ମଧ୍ୟ ଦୂର କରିଥାଏ।
ଲେମ୍ବୁରେ ଥିବା ପୋଷକ ତତ୍ତ୍ୱ ଓ ଗୋଲାପ ଜଳ ମୁହଁ ପାଇଁ ବେଶ ହିତକାରକ। ଗ୍ଲିସରିନ ତ୍ୱଚାରେ ଜଳର ମାତ୍ରାକୁ ସଠିକ ରଖିବା ସହ କୋମଳ କରିଥାଏ।
ସିରମ ପ୍ରସ୍ତୁତ କରିବାର ଉପାୟ..
ସିରମକୁ ପ୍ରସ୍ତୁତ କରିବା ପାଇଁ ପ୍ରଥମେ ଏକ ବୋତଲରେ କିଛି ଗୋଲାପ ଜଳ ନିଅନ୍ତୁ। ଏଥିରେ ଗୋଟିଏ ଲେମ୍ବୁର ରସ ଓ ଗ୍ଲିସରିନ ମିଶାନ୍ତୁ। ନିୟମିତ ସ୍ନାନ କରିବା ପରେ ଏହାକୁ ଲଗାଇବା ଦ୍ୱାରା ତ୍ୱଚା କୋମଳ, ଉଜ୍ଜ୍ୱଳ ଓ ଗୋରା ହୋଇଥାଏ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories