www.samajalive.in
Sunday, December 7, 2025
15.1 C
Bhubaneswar

ଆପଣଙ୍କୁ ଏସବୁ ଖାଦ୍ୟ ପସନ୍ଦ କି ? ତେବେ ଜାଣି ରଖନ୍ତୁ..

କିଛି ଖାଦ୍ୟଦ୍ରବ୍ୟକୁ ମିଶାଇ ଖାଇଲେ ତାହା ସ୍ୱାଦିଷ୍ଟ ଲାଗିଥାଏ। ମାତ୍ର ସେହିପରି କିଛି ଖାଦ୍ୟକୁ ମିଶାଇ ଖାଇବା ଦ୍ୱାରା ଆମ ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ହୋଇଥାଏ। ତାହା ଠିକ୍‍ ଭାବେ ହଜମ ହୋଇନଥାଏ। ଆମ ପାଚନ ପ୍ରକ୍ରିୟାକୁ ପ୍ରଭାବିତ କରେ। ବହୁ ଲୋକଙ୍କୁ ଏହା ଜଣାନଥାଏ। ଯାଦ୍ୱାରା ସେମାନେ ସେହି ସମସ୍ତ ଖାଦ୍ୟକୁ ଏକାଠି ଖାଇଥାଆନ୍ତି। ଜାଣନ୍ତୁ କେଉଁ ଖାଦ୍ୟକୁ ଏକତ୍ର ଖାଇବା ଅନୁଚିତ..
ଦହି ଓ ଫଳ
ଦହିରେ ବହୁ ବ୍ୟାକ୍ଟେରିଆ ରହିଥାଏ। ଫଳ ଓ ଦହିକୁ ଏକାଠି ଖାଇବା ଦ୍ୱାରା ଏହା ଶରୀର ଭିତରକୁ ଯାଇ ବିଷାକ୍ତ ହୋଇଯାଏ। ଫଳରେ ଥଣ୍ଡା, ଏଲର୍ଜି ଭଳି ସ୍ୱାସ୍ଥ୍ୟ ଜନିତ ବିଭିନ୍ନ ସମସ୍ୟା ସୃଷ୍ଟି ହୋଇଥାଏ।

ଖାଦ୍ୟ ଓ ପାଣି
ଭୋଜନ ସମୟରେ ପାଣି ପିଇବା ଆମ ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଅଟେ। ଖାଦ୍ୟ ଖାଇବା ସମୟରେ ପାଣି ପିଇବା ଦ୍ୱାରା ଖାଦ୍ୟରୁ ସଠିକ ମାତ୍ରାରେ ପ୍ରୋଟିନ, କାବ୍ରୋହାଇଡ଼୍ରେଡ଼ ଆଦି ପୋଷକ ତତ୍ତ୍ୱ ମିଳିନଥାଏ।

- Advertisement -

କ୍ଷୀର ଓ କଦଳୀ
ବହୁ ଲୋକଙ୍କୁ କ୍ଷୀର ସହ କଦଳୀ ଖାଇବା ବହୁତ ପସନ୍ଦ। ମାତ୍ର ଏହାକୁ ଏକାଠି ଖାଇବା ଦ୍ୱାରା ଏହାର କୁପ୍ରଭାବ ମସ୍ତିକ ଉପରେ ପଡ଼ିଥାଏ। ଫଳରେ ସ୍ମରଣ ଶକ୍ତି ମଧ୍ୟ ହ୍ରାସ ପାଇଥାଏ।

ମାଂସ ଓ ଟମାଟୋ
ଏହାକୁ ମଧ୍ୟ ଏକାଠି ଖାଇବା ଅନୁଚିତ। ବହୁ ଲୋକେ ମାଂସ ତରକାରୀ ଖାଇବା ସମୟରେ ସାଲାଡ଼ରେ ଟମାଟୋ ଖାଇଥାଆନ୍ତି। ଏହାକୁ ଏକାଠି ଖାଇବା ଦ୍ୱାରା ପେଟ ସମ୍ବନ୍ଧୀୟ ବିଭିନ୍ନ ସମସ୍ୟା ସୃଷ୍ଟି ହୋଇଥାଏ। ଖାଦ୍ୟ ଠିକ୍ ଭାବେ ହଜମ ହୋଇନଥାଏ।

ଅଲିଭ ଅଏଲ୍‍ ଓ ବାଦାମ
ଏହାକୁ ମଧ୍ୟ ଏକାଠି ଖାଇବା ଉଚିତ ନୁହେଁ। କାରଣ ଅଲିଭ ଅଏଲରେ ଥିବା ଫାଟ୍‍ ଓ ବାଦାମରେ ଥିବା ପ୍ରୋଟିନ୍ ସହଜରେ ହଜମ ହୋଇନଥାଏ। ଫଳରେ ପାଚନ ସହ ପେଟ ସମ୍ବନ୍ଧୀୟ ବିଭିନ୍ନ ସମସ୍ୟା ମଧ୍ୟ ସୃଷ୍ଟି ହୋଇଥାଏ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories