www.samajalive.in
Sunday, December 7, 2025
18.1 C
Bhubaneswar

ଅଗ୍ନିକାଣ୍ଡ ଘଟି ଜଳିଗଲା ଚାରି ବଖରା ଘର

ସିମୁଳିଆ : ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା କମାର ସାହିରେ ଅଭାବନୀୟ ଘଟଣା ଘଟିଛି। ଶନିବାର ବିଳମ୍ବିତ ରାତିରେ ଦିଗାମ୍ବର ମୁଦୁଲି ତାଙ୍କ ପରିବାର ଲୋକଙ୍କ ସହ  ଘରେ ଶୋଇଥିବାବେଳେ ଅଗ୍ନିକାଣ୍ଡ ଘଟି ୪ ବଖରା ଘର ଜଳିଯାଇଥିଲା । ଏପରିକି ଝିଅର ବାହାଘର ପାଇଁ ରଖାଯାଇଥିବା ଆସବାବପତ୍ର ମଧ୍ୟ ଜଳି ପୋଡି ପାଉଁଶ ହୋଇଯାଇଥିଲା।  ଖବର ପାଇ ଅଡା ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଦିଗାମ୍ବର ଦିନ ମଜୁରିଆ ଭାବେ କାର୍ଯ୍ୟ କରି ପରିବାର ପ୍ରତିପୋଷଣ କରିଥାନ୍ତି । ଏପରି ଅବସ୍ଥାରେ ତାଙ୍କୁ ସରକାରୀ  ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ମାନେ ନିବେଦନ କରିଛନ୍ତି ।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories