www.samajalive.in
Friday, December 5, 2025
20.1 C
Bhubaneswar

ବିଶ୍ବ ଏଡ୍ସ ଦିବସ ପାଳିତ

ସିମୁଳିଆ: ବାଲିଖଣ୍ଡ ଡିଗ୍ରୀ ମହାବିଦ୍ୟାଳୟ ବାଲିଖଣ୍ଡ ବାଲେଶ୍ବରରେ ଆଜି ଯୁବ ରେଡକ୍ରସ୍ ତଥା ଜାତୀୟ ସେବା ଯୋଜନା ଆନୁକୁଲ୍ୟରେ ବିଶ୍ବ ଏଡ୍ସ ଦିବସ ପାଳିତ ହୋଇଯାଇଛି। ଏଇ ଅବସରରେ ବାଲେଶ୍ବର ଜିଲ୍ଳାର ଯୁବ ରେଡକ୍ରସ୍ ସଂଯୋଜକ ଏବଂ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନାର ଅଧିକାରୀ ତଥା ଏଇ ସଂସ୍ଥାର ପୂର୍ବତନ ଅଧିକାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏକଏଡ୍ସ ସଚେତନତା ପଦଯାତ୍ରା ବାଲିଖଣ୍ଡ ବଜାର ପରିକ୍ରମା କରିଥିଲା।

ଏଥିରେ ୧୦୦ ଜଣ ସ୍ବେଛାସେବୀ ଭାଗ ନେଇଥିଲେ। ସଙ୍ଗୀତ ଓ ସ୍ଲୋଗାନ ଜରିଆରେ ଏ ମହାବ୍ୟାଧି ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଯାଇଥିଲା। ଏହାପରେ ମହାବିଦ୍ୟାଳୟର ଅଧ୍ୟକ୍ଷ ବସନ୍ତ କୁମାର ବେହେରାଙ୍କ ସଭାପତିତ୍ବରେ ଏକ ବୈଠକ ଅନୁଷ୍ଠିତ ହୋଇ ଏଡ୍ସର କାରଣ ଓ ନିରାକରଣ ସମ୍ଵନ୍ଧରେ ଆଲୋଚନା କରାଯାଇଥିଲା। ଏତଦ୍ଭିନ୍ନ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଏକ ଚିତ୍ରାଙ୍କନ ଓ ଏଡ୍ସ ସଂପର୍କୀୟ ସାଧାରଣ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ସର୍ବଶେଷରେ କର୍ମଚାରୀ ଦାଶରଥି ମହାରଣା ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ପରିଚାଳନାରେ ଅଶୋକ କୁମାର ମହାନ୍ତି ସହଯୋଗ କରିଥିଲେ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories