www.samajalive.in
Tuesday, December 9, 2025
15.1 C
Bhubaneswar

ସ୍ୱର୍ଗଦ୍ୱାରରେ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ

ପୁରୀ: ସ୍ୱର୍ଗଦ୍ୱାରରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି। ବଡପୁଅ ଅଭିନାଶ ଛୋଟରାୟ ମୁଖାଗ୍ନି ଦେଇଛନ୍ତି। ଜିଲ୍ଲା ପୁଲିସ ପ୍ରଶାସନ ପକ୍ଷରୁ ଗାର୍ଡ ଅଫ୍‌‌ ଅନର ପ୍ରଦାନ କରାଯାଇଛି। ଦୀର୍ଘଦିନ ହେବ ଶାନ୍ତିଲତା କର୍କଟ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିଲା। ତାଙ୍କ ସ୍ୱାମୀ ବସନ୍ତ କୁମାର ଛୋଟରାୟ ସୂଚନା ଦେବା ପରେ ସବୁ ମହଲରେ ଶୋକ ପ୍ରକାଶ ପାଇଛି। ଅନେକ ଲୋକପ୍ରିୟ ଭଜନ ଗାଇ ସେ ଓଡ଼ିଶାରେ ଲୋକପ୍ରିୟତା ହାସଲ କରିଥିଲେ। ଜଗନ୍ନାଥଙ୍କ ଭଜନ ଓ ଜଣାଣ ଗାଇବାରେ ତାଙ୍କର ବେଶ ସାଧନା ରହିଥିଲା। ଶାନ୍ତିଲତାଙ୍କ ବିୟୋଗରେ ଓଡ଼ିଶା ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories