www.samajalive.in
Sunday, November 16, 2025
15.1 C
Bhubaneswar

ପରଲୋକରେ ଗାୟିକା ଶାରଦା ସିହ୍ନା: ଶୋକ ବ୍ୟକ୍ତ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ବିହାର କୋକିଳା ଭାବେ ପରିଚିତ ପ୍ରସିଦ୍ଧ ଲୋକଗୀତ ଗାୟିକା ଶାରଦା ସିହ୍ନାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନରୁ ସେ କ୍ୟାନ୍ସରରେ ପୀଡିତ ଥିବାବେଳେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଦିଲ୍ଲୀ ଏମ୍ସରେ ସେ ଭେଣ୍ଟିଲେଟରରେ ଥିଲେ। ବିହାରରେ ଲୋକ ସଙ୍ଗୀତ ଓ ସଂସ୍କୃତିରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ପଦ୍ମଭୂଷଣ ସମ୍ମାନରେ ସମ୍ମାନୀତ କରାଯାଇଥିଲା। ଭୋଜପୁରରେ ପାରମ୍ପରିକ ବିବାହ ଓ ଛଟ୍ ଗୀତ ପାଇଁ ସେ ପ୍ରସିଦ୍ଧିଲାଭ କରିଥିଲେ । ନିକଟରେ ଓଟିଟି ସିରିଜ୍ ରେ ମଧ୍ୟ ମହାରାଣୀ ସିଜିନ୍ ୨ରେ କଣ୍ଠଦାନ କରିଥିଲେ। ଭୋଜପୁରୀ ଏବଂ ମୈଥିଲୀ ଫୋକ୍ ମ୍ୟୁଜିକ୍ ରେ ସେ ଖୁବ୍ ପ୍ରସିଦ୍ଧ ଥିଲେ। ତାଙ୍କ ବିୟୋଗରେ ସବୁଠି ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି।

Hot this week

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

୧୦ ଡିଗ୍ରୀ ତଳେ କନ୍ଧମାଳର ୨ ସହର

ଭୁବନେଶ୍ବର : ରାଜ୍ୟରେ ଧୀରେ ଧୀରେ ଶୀତ ବଢୁଛି। କନ୍ଧମାଳ ଜିଲାର...

Related Articles

Popular Categories