www.samajalive.in
Sunday, December 7, 2025
14.1 C
Bhubaneswar

୫୮ ବର୍ଷରେ ଶିଶୁ ପୁତ୍ରକୁ ଜନ୍ମଦେଲେ ଗାୟକ ସିଦ୍ଧୁ ମୁସେୱାଲାଙ୍କ ମା’ ଚରଣ କୌର

ଚଣ୍ଡିଗଡ: ପଞ୍ଜାବୀ କଣ୍ଠଶିଳ୍ପୀ ସିଦ୍ଧୁ ମୁସେୱାଲାଙ୍କ ଘରେ ଖୁସିର ମାହୋଲ ଦେଖିବାକୁ ମିଳିଛି। ୫୮ ବର୍ଷରେ ତାଙ୍କ ମା’ ଚରଣ କୌର ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି । ଏ ନେଇ ନିଜେ ମୁସେୱାଲାଙ୍କ ବାପା ବଲକୌର ସିଂ ସୂଚନା ଦେଇଛନ୍ତି। ସୋସିଆଲ ମିଡିଆରେ ଶିଶୁପୁତ୍ର ର ଫଟୋ ମଧ୍ୟ ସେୟାର କରିଛନ୍ତି । ସେ କହିଛନ୍ତି ଶୁଭଦୀପଙ୍କୁ ଭଲ ପାଉଥିବା ଲକ୍ଷ ଲକ୍ଷ ଆତ୍ମାଙ୍କ ଆଶୀର୍ବାଦରେ ଅନନ୍ତ ଭଗବାନ ଆମକୁ ଶୁଭଙ୍କ ସାନଭାଇ ଦେଇଛନ୍ତି । ଭଗବାନଙ୍କ ଆଶୀର୍ବାଦରେ ପରିବାର ସୁସ୍ଥ ଏବଂ ସମସ୍ତ ଶୁଭେଚ୍ଛୁମାନଙ୍କ ଅପାର ପ୍ରେମ ପାଇଁ ମୁଁ କୃତଜ୍ଞ ‘। ଗାୟକ ସିଦ୍ଧୁ ମୁସେୱାଲା ତାଙ୍କ ପିତାମାତାଙ୍କ ଏକମାତ୍ର ସନ୍ତାନ ଥିଲେ ।୨୦୨୨ରେ ତାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ସିଦ୍ଧୁଙ୍କ ବିୟୋଗ ପରେ ତାଙ୍କ ପିତାମାତାଙ୍କର ଆଉ କେହି ଉତ୍ତରାଧିକାରୀ ନଥିଲେ । ଏପରି ପରିସ୍ଥିତିରେ ପରିବାରର ଉତ୍ତରାଧିକାରୀଙ୍କ ଉଦ୍ଦେଶ୍ୟରେ ଦମ୍ପତ୍ତି ଆଇଭିଏଫ୍ ମାଧ୍ୟମରେ ଗର୍ଭଧାରଣ କରିବାକୁ ନିଷ୍ପତ୍ତି ନେଇଥିଲେ । ଏହି ଖବର ସେୟାର କରିବା ପରେ ମୁସେୱାଲାଙ୍କ ପ୍ରଶଂସକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories