www.samajalive.in
Wednesday, December 10, 2025
17.1 C
Bhubaneswar

ଦେଶରେ ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ୨୪ ଘଣ୍ଟାରେ ୫୭,୧୧୭ ପଜିଟିଭ୍ ଚିହ୍ନଟ, ୭୬୪ ମୃତ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ସଂକ୍ରମିତଙ୍କ ସଂଖ୍ୟା । ଏହାରି ମଧ୍ୟରେ ଦେଶରେ ୧୭ ଲକ୍ଷ ନିକଟତର ହୋଇଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତି ଦିନରେ ନୂଆ ନୂଆ ରେକର୍ଡ କରୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ଦେଶରେ ନୂଆ ରେକର୍ଡ ସହ ଗତ ୨୪ ଘଣ୍ଟାରେ ୫୭ ହଜାର ପାର୍‌ କରିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୫୭ ହଜାର ୧୧୭ ଜଣ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬ ଲକ୍ଷ ୯୫ ହଜାର ୯୮୮ରେ ପହଞ୍ଚିଛି । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟାବି ବୃଦ୍ଧି ପାଇବାରେ ଲାଗିଛି । ୩୬ ହଜାର ଟପିଛି ଦେଶରେ କରୋନା ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ପୁଣି ୭୬୪ ଜଣଙ୍କର ମୃତ୍ୟୁ ହୋଇଛି । ମୋଟ୍ ମୃତ୍ୟୁ ସଂଖ୍ୟା ୩୬ ହଜାର ୫୧୧ ରେ ପହଞ୍ଚିଛି ।


ସୂଚନାଯୋଗ୍ୟ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୧୬ ଲକ୍ଷ ୯୫ ହଜାର ୯୮୮ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୦ ଲକ୍ଷ ୯୪ ହଜାର ୩୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ ହଜାର ୫୧୧ ଜଣ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି, ସେହିପରି ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ୬୫ ହଜାର ୧୦୩ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories