www.samajalive.in
Tuesday, December 9, 2025
15.1 C
Bhubaneswar

ଦେଶରେ ବଢୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ୨୪ ଘଣ୍ଟାରେ ୭୮,୩୫୭ ଆକ୍ରାନ୍ତ ଚିହ୍ନଟ, ୧୦୪୫ ମୃତ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ରୋକ୍‌ ଲାଗୁନି। ଦେଶରେ ହୁ ହୁ ହୋଇ ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ଦେଶରେ ୭୮ ହଜାର ୩୫୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ ଦେଶର ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭ ଲକ୍ଷ ୬୯ ହଜାର ୫୨୪କୁ ବୃଦ୍ଧି ପାଇଛି। ଏଥି ସହ ଦେଶରେ ଗୋଟିଏ ଦିନରେ ୧୦୪୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଯାହାଫଳରେ ଦେଶର ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୬୬ ହଜାର ୩୩୩ ରେ ପହଞ୍ଚିଛି।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ଦେଶରେ ୩୭ ଲକ୍ଷ ୬୯ ହଜାର ୫୨୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯ ଲକ୍ଷ ୧୯୦୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହପରି ବର୍ତ୍ତମାନ ସୁଦ୍ଧା ୬୬ ହଜାର ୩୩୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୮ଲକ୍ଷ ୧୨୮୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories