www.samajalive.in
Sunday, December 7, 2025
26.1 C
Bhubaneswar

ଚଳିତ ଶିକ୍ଷା ବର୍ଷରୁ ବିଶ୍ୱବିଦ୍ୟାଳୟରେ ଲାଗୁହେବ ଏକକ ପାଠ୍ୟକ୍ରମ : ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ଚଳିତ ଶିକ୍ଷା ବର୍ଷରୁ ସମସ୍ତ ବିଶ୍ୱବିଦ୍ୟାଳୟରେ ଏକକ ପାଠ୍ୟକ୍ରମ ଲାଗୁ କରାଯିବ। ଅଣ୍ଡର ଗ୍ରାଜୁଏଟ ପାଠ୍ୟକ୍ରମରେ ଏହି ବ୍ୟବସ୍ଥା ଲାଗୁ ହେବ ବୋଲି ଗୁରୁବାର ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି। ଆଜି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଶ୍ୱ ବିଦ୍ୟାଳୟର କୁଳପତିଙ୍କୁ ନେଇ  ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏକକ ପାଠ୍ୟକ୍ରମ ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷା ପାଇଁ ଫଳପ୍ରଦ ହେବ ଏବଂ ଏହାଦ୍ବାରା ଶିକ୍ଷାର ଗୁଣାତ୍ମକ ମାନ ବଢିବ ବୋଲି ମନ୍ତ୍ରୀ କହିଛନ୍ତି।
ଏହାସହିତ ରାଜ୍ୟରେ ଖାଲି ପଡ଼ିଥିବା ଅଧ୍ୟାପକ ପଦବୀ ପୂରଣ ପାଇଁ ମଧ୍ୟ ଏହି ବୈଠକରେ ଆଲୋଚନା କରାଯାଇଛି। ସେହିପରି ଭାରତୀୟ ପ୍ରଶାସନିକ ପରୀକ୍ଷା ପାଇଁ ରାଜ୍ୟର ୧୦୦ଜଣ ଛାତ୍ରଛାତ୍ରୀଙ୍କୁ ତାଲିମ ଯୋଗାଇ ଦିଆଯିବ। ତେବେ ଏଥିପାଇଁ ଏପର୍ଯ୍ୟନ୍ତ ୮୬ଜଣ ଛାତ୍ରଛାତ୍ରୀ ଆବେଦନ କରିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories