www.samajalive.in
Monday, December 15, 2025
14.1 C
Bhubaneswar

କଳିଙ୍ଗ ବିଦ୍ୟାପୀଠରେ ଶିଶୁୁମହୋତ୍ସବ

ଚୌଦ୍ୱାର : କଳିଙ୍ଗ ନୋଡାଲ ବିଦ୍ୟାପୀଠ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହେତ୍ସବ ସୁରଭି କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ଗୌତମ କୁମାର ଆଚାର୍ଯ୍ୟଙ୍କ ପୌରହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୌର ନିର୍ବାହୀ ଅଧିକାରୀ ସଞ୍ଜୀବ କୁମାର ମହାପାତ୍ର, ପୌର ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲ, କାଉନସିଲର ବିଜୟ କୁମାର ମଲ୍ଲିକ, ଆଶୁତୋଷ ଦାସ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଉପସ୍ଥିତ ପିଲାମାନଙ୍କୁ ନୀତିଶିକ୍ଷା ପ୍ରଦାନ କରିଥିଲେ । ଏହି ଅବସରରେ ୧୨ଟି ସ୍କୁଲର ବରିଷ୍ଠ ଓ କନିଷ୍ଠ ବିଭାଗରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ତର୍କ, ଭାଷଣ, ଦେଶାତ୍ମବୋଧ ସଂଗୀତ, ଚିତ୍ରାଙ୍କନ, ସୃଜନଶୀଳ ଲେଖନ, ସୁନ୍ଦର ହସ୍ତାକ୍ଷର, ଜଣାଅଜଣା, ପ୍ରବନ୍ଧ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଅପାରାହ୍ନରେ ବିଇଓ ସରୋଜିନୀ ସାହୁ, ଏବିଇଓ ଅରୁନ୍ଧତୀ ମିଶ୍ର ଯୋଗଦେଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। କ୍ଲଷ୍ଟର ସିଆରସିସି ରାଜେଶ ନାୟକ, ପରିଚାଳନା କମିଟି ସଭାପତି ଜୟନ୍ତ କୁମାର ସାହୁ, ଉପସଭାପତି କବିତାରାଣୀ ଲେଙ୍କା ବିଦ୍ୟାଳୟର ସମସ୍ତ ଶିକ୍ଷୟତ୍ରୀ, ଶିକ୍ଷକ ମାନେ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories