www.samajalive.in
Saturday, December 6, 2025
14.1 C
Bhubaneswar

ଶିଶୁବାଟିକାରେ ନିୟୋଜିତ ହେବେ ଶିଶୁ ସେବିକା

ଭୁବନେଶ୍ଵର: ରାଜ୍ୟର ଶିଶୁ ବାଟିକାରେ ନିୟୋଜିତ ହେବେ ଶିଶୁ ସେବିକା। ଏ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା କାର୍ଯ୍ୟର ବୋଝ ହାଲ୍‍କା କରିବାରେ ସହାୟକ ହେବେ । ତେଣୁ ଶିକ୍ଷକମାନେ କେବଳ ଶିକ୍ଷା ଉପରେ ଦୃଷ୍ଟି କେନ୍ଦ୍ରୀତ କରିପାରିବେ । ଏହାଦ୍ୱାରା ପ୍ରାକ୍‍-ପ୍ରାଥମିକ ଶ୍ରେଣୀରେ ପିଲାଙ୍କ ଗୁଣାତ୍ମକ ଶିକ୍ଷାର ବିକାଶ ହେବ ବୋଲି  ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ନୂତନ ଜାତୀୟ ଶିକ୍ଷାନୀତି ଅନୁଯାୟୀ ରାଜ୍ୟର ୪୫ ହଜାର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ଠାରୁ ଶିଶୁବାଟିକା ଖୋଲାଯାଇଛି । ଏଥିରେ ୫ରୁ ୬ ବର୍ଷ ବୟସର ପିଲାମାନଙ୍କୁ ପ୍ରାକ୍‍-ପ୍ରାଥମିକ ଶିକ୍ଷା ପ୍ରଦାନ କରାଯାଉଛି । ଶିଶୁବାଟିକାରେ ପିଲାଙ୍କ ସଂଖ୍ୟାକୁ  ଦୃଷ୍ଟିରେ ରଖି ଆବଶ୍ୟକତା ଅନୁଯାୟୀ ଶିଶୁ ସେବିକା ନିଯୁକ୍ତି ନିଷ୍ପତ୍ତି ନିଆଯିବ ।  ଛୋଟ ପିଲାମାନଙ୍କୁ ଶ୍ରେଣୀଗୃହରେ ପରିଚାଳନା କରିବା, ସେମାନଙ୍କ ଯତ୍ନ ନେବା ଏକ ଗୁରୁ ଦାୟିତ୍ୱ । ଶିକ୍ଷକମାନଙ୍କ ଉପରେ ଏ ଦାୟିତ୍ୱ ରହିଲେ ଶିକ୍ଷା କାର୍ଯ୍ୟ ବ୍ୟାହତ ହେବ ।
ସାରା ରାଜ୍ୟରେ ବିଭିନ୍ନ ଶିଶୁବାଟିକାରେ ଏ ସମ୍ପର୍କିତ ଏକ ଅଧ୍ୟୟନରୁ ଜଣାଯାଇଛି ଯେ, ଶିକ୍ଷକମାନଙ୍କୁ ଅଣଶିକ୍ଷା କାର୍ଯ୍ୟରେ ସହାୟତା କରିବା ପାଇଁ ଶିଶୁବାଟିକା ମାନଙ୍କରେ ଶିଶୁସେବିକା ମାନଙ୍କର ଆବଶ୍ୟକତା ରହିଛି । ନିଷ୍ପତ୍ତି ଅନୁଯାୟୀ, ସରକାରୀ ବିଦ୍ୟାଳୟରେ ନିଯୁକ୍ତ ପାଚିକାମାନଙ୍କ ଯେଉଁ ହାରରେ ଦରମା ଦିଆଯାଉଛି, ଶିଶୁ ସେବିକାମାନଙ୍କୁ ସେହି ହାରରେ ଦରମା ଦିଆଯିବ। ସମଗ୍ର ଶିକ୍ଷାର ବଜେଟରୁ ଏହି ଅର୍ଥ ପ୍ରଦାନ କରାଯିବ । କୌଣସି ପରିସ୍ଥିତିରେ ଶିଶୁ ସେବିକା ମାନେ ପିଲାଙ୍କ ପାଠପଢ଼ା ଦାୟିତ୍ୱ ନେବେ ନାହିଁ, ପିଲାମାନଙ୍କୁ ଗାଳି କିମ୍ୱା ଦଣ୍ଡ ଦେଇ ପାରିବେନାହିଁ । ପିଲା ଅସୁସ୍ଥ ଥିଲେ ଶିକ୍ଷକଙ୍କୁ ଜଣାଇବେ, କିନ୍ତୁ ଔଷଧ ଦେବା ବା କୌଣସି ଚିକିତ୍ସା କରିପାରିବେ ନାହିଁ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories